/odisha-reporter/media/post_attachments/uploadimage/library/16_9/16_9_0/IMAGE_1677045541.jpg)
Air India Airlines
ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନବନ୍ଦରରୁ ଦେଶର ଅଧିକ ସହରକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ୪ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏହି ସୂଚନା ଦେଇଛନ୍ତି ।
Advertisment
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ ହେଉଛି । ପ୍ରଗତିପଥ ପ୍ରଶସ୍ତ ହେଉଛି । ଭୁବନେଶ୍ୱରସ୍ଥିତ ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ, କୋଚି, ଜୟପୁର,ଲକ୍ଷ୍ନୌ ସହରକୁ ଏବଂ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ ଓ ମୁମ୍ବାଇକୁ ସିଧାସଳଖ ସେବା ଆରମ୍ଭ ହେବ । ଏହା ରାଜ୍ୟର ଅର୍ଥନୈତିକ ବିକାଶକୁ ନୂଆ ଦିଗ ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
