ଭୁବନେଶ୍ୱର-ଝାରସୁଗୁଡ଼ାରୁ ମିଳିବ ଆଉ ୯ଟି ସହରକୁ ସିଧାସଳଖ ବିମାନସେବା

ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ୪ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ ।

Representational Image

  • Published: Friday, 15 November 2024
  • , Updated: 15 November 2024, 10:19 PM IST

ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନବନ୍ଦରରୁ ଦେଶର ଅଧିକ ସହରକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ୪ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏହି ସୂଚନା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ ହେଉଛି । ପ୍ରଗତିପଥ ପ୍ରଶସ୍ତ ହେଉଛି । ଭୁବନେଶ୍ୱରସ୍ଥିତ ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ, କୋଚି, ଜୟପୁର,ଲକ୍ଷ୍ନୌ ସହରକୁ ଏବଂ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ ଓ ମୁମ୍ବାଇକୁ ସିଧାସଳଖ ସେବା ଆରମ୍ଭ ହେବ । ଏହା ରାଜ୍ୟର ଅର୍ଥନୈତିକ ବିକାଶକୁ ନୂଆ ଦିଗ ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Related story