ମରିଗଲା ମା’ ମମତା। ୯ମାସ ଗର୍ଭରେ ରଖି ଜନ୍ମ ଦେଇଥିବା ଶିଶୁ କନ୍ୟାକୁ ରାଜଧାନୀର ରାସ୍ତାକଡ଼ରେ ଛାଡ଼ି ପଳାଇଲା। ଭୁବନେଶ୍ୱର ସ୍ଥିତ ଏକ ନମ୍ବର ଆରଟିଓ ନିକଟ ରାସ୍ତାକଡ଼ରୁ ଏକ ଶିଶୁକନ୍ୟା ଉଦ୍ଧାର ହୋଇଛି। ଶିଶୁକନ୍ୟାଟିକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁଟିକୁ ୨୧ଦିନ ହୋଇଥିବା ଜଣାପଡ଼ିଛି।
ଆଜି ସକାଳେ ଆରଟିଓ ନିକଟ ବସ୍ତି ପାଖରେ ଶିଶୁ କନ୍ୟାକୁ କେହି ଛାଡ଼ି ଚାଲିଯାଇଥିଲ। ଲୋକମାନେ ରାସ୍ତା ଉପରେ ଶିଶୁ କନ୍ୟାକୁ ଦେଖି ପୁଲିସକୁ ଖବର ଦେଇଥିଲେ।
ପୁଲିସ ସହାୟତାରେ ଶିଶୁଟିକୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଶିଶୁକନ୍ୟାଟି କାହାର ଏବଂ କିଏ ଓ କାହିଁକି ଛାଡ଼ି ଚାଲିଯାଇଛି ସେନେଇ ଜଣାପଡ଼ି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜଧାନୀରେ ଜମିଲାଣି ଭିଭିଆଇପିଙ୍କ ଭିଡ଼
। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।
Miscellaneous
ଦିନକରେ ଏକକାଳୀନ ୧୪୮ଜଣ ଓଏଏସ୍ ଅଫିସରଙ୍କ ବଦଳି, ୬୯ ବ୍ଲକରେ ନୂଆ ବିଡିଓ
ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ରାଉରକେଲା ମହାନଗର ନିଗମର ଡେପୁଟି କମିଶନର, କଲ୍ୟାଣୀ ସଂଘମିତ୍ରା ଦେବୀଙ୍କୁ ବ୍ରହ୍ମପୁର ମହାନଗର ନିଗମର ଡେପୁଟି କମିଶନର ଓ ମନ୍ମଥ କୁମାର ନାୟକଙ୍କୁ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ବଦଳି କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।
Miscellaneous
ଚାଷୀଙ୍କୁ କ୍ଷତିପୂରଣ: ସମୁଦ୍ରକୁ ଶଙ୍ଖେ?
ବିପର୍ଯ୍ୟୟ ପରେ କିଛି ଚାଷୀ ଫସଲ ବୀମାର ସୁବିଧା ପାଇଲେ ବି ବିପର୍ଯ୍ୟୟ ସହାୟତାର ପରିମାଣ ବହୁତ କମ ରହିଛି।
Miscellaneous
ଆଦିବାସୀଙ୍କ ପାଇଁ ଖୁସି ଖବର, ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି
ଆମେ ମୁଖ୍ୟତଃ ଫୋନ୍, ୱେବ୍, ଇଣ୍ଟରନେଟ୍ ଆଦିରେ ଓଡ଼ିଆ,ହିନ୍ଦୀ, ଇଂରାଜୀ, ସ୍ପେନ ଆଦି ଭାଷା ବ୍ୟବହାର କରିଥାଉ। ମାତ୍ର ଏବେ ଡିଜିଟାଲ ପ୍ଲାଟଫର୍ମରେ ସାନ୍ତାଳୀ ଲିପି ବି ଲେଖିହେବ ।
Miscellaneous
୪୪୭୯୩ କୋଟି ଟଙ୍କାର ୫ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ, ୨୩ହଜାର ନୂଆ ନିଯୁକ୍ତି ସମ୍ଭାବନା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ୩୮ତମ ହାଇଲେଭଲ କ୍ଲିଅରାନ୍ସ ଅଥରିଟି ବୈଠକରେ ରିଫାଇନାରୀ ଓ ପେଟ୍ରୋକେମିକାଲ, ଗ୍ରୀନ୍ ଏନର୍ଜି ଉପକରଣ, ବାୟୋଟେକ୍ନୋଲୋଜି, ଷ୍ଟିଲ ଆଣ୍ଡ କେମିକାଲସ୍ କ୍ଷେତ୍ରର ଏହି ପୁଞ୍ଜିନିବେଶ ରାଜ୍ୟର ୩ଟି ଜିଲ୍ଲାରେ ଶିଳ୍ପ ପ୍ରକଳ୍ପରେ ହେବ ।