/odisha-reporter/media/post_attachments/uploadimage/library/16_9/16_9_0/Child__1696737803.jpg)
Child
ସମ୍ବଲପୁର ଜିଲ୍ଲା କୁଚିଣ୍ଡା ନିକଟ ଖଣ୍ଡୋକଟା ଗାଁର ଦିଲ୍ଲୀପ ସାହୁଙ୍କ ଘର ପଛପଟ ପାଚେରୀ ନିକଟରୁ ଆଜି ସକାଳେ ଏକ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁଟିକୁ କୁଚିଣ୍ଡା ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ତା’ର ଅବସ୍ଥା ଭଲ ଥିବା ଡାକ୍ତର କହିଛନ୍ତି।
Advertisment
ସକାଳେ ଦିଲ୍ଲୀପ ସାହୁଙ୍କ ଘର ପାଚେରୀ ନିକଟରୁ ଛୁଆର କାନ୍ଦ ଶୁଣି ସ୍ଥାନୀୟ ଲୋକେ ଆସି ଜମା ହୋଇଥିଲେ। ପରେ ଡାକ୍ତରଖାନାରେ କାମ କରୁଥିବା ସେହି ଗାଁର ସଞ୍ଜୟ ପଟେଲ ଶିଶୁଟିକୁ ସେଠାରୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ।
ସଞ୍ଜୟ ପଟେଲ କହିଛନ୍ତି, ଛୁଆଟିର ଶରୀରରେ ପିମ୍ପୁଡ଼ି ଚଢ଼ିଯାଇଥିଲେ। ତାକୁ ସଙ୍ଗେ ସଙ୍ଗେ ଆଣି ଡାକ୍ତରଖାନାରେ ଭର୍ତ୍ତି କରିଥିଲି। ତା’ର ଅବସ୍ଥା ଏବେ ଭଲ ଥିବା ଡାକ୍ତର କହିଛନ୍ତି।
Advertisment
କିଏ ଓ କାହିଁକି ଶିଶୁ କନ୍ୟାଟିକୁ ସେଠାରେ ଛାଡ଼ି ଚାଲିଗଲେ, ତାହା ଜଣାପଡ଼ିନାହିଁ। ଘଟଣାର ତଦନ୍ତ ପରେ ପୂରା କଥା ସାମ୍ନାକୁ ଆସିବ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
