ଆସନ୍ତା ୧୬ ତାରିଖକୁ ଘୁଞ୍ଚିଲା ବହୁଚର୍ଚ୍ଚିତ ବ୍ଲାକରୋଜ୍ ମାମଲାର ଶୁଣାଣି। ପାରାଦୀପ ନିକଟରେ ବ୍ଲାକରୋଜ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ସମ୍ପର୍କିତ ମାମଲାର ଶୁଣାଣି ଆସନ୍ତା ୧୬ ତାରିଖକୁ ଘୁଞ୍ଚିଛି।
ବ୍ଲାକରୋଜ୍ ଜାହାଜ ବୁଡ଼ି ମାମଲାରେ ଆଜି ହାଇକୋର୍ଟରେ ହାଜର ହୋଇଥିଲା ଜାହାଜ ଚଳାଚଳ ମନ୍ତ୍ରାଳୟ। ଆଇନର କେଉଁ ବ୍ୟବସ୍ଥା ଆଧାରରେ ଏହି ଘଟଣାର ପୁନର୍ବାର ତଦନ୍ତ କରାଯାଇପାରିବ ବୋଲି କୋର୍ଟ ଜାଣିବାକୁ ଚାହିଁଥିଲେ। ପୂର୍ବରୁ କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ କରିଥିବାରୁ କ’ଣ ପାଇଁ ସିବିଆଇ ତଦନ୍ତର ଆବଶ୍ୟକତା ରହିଛି ବୋଲି ମାମଲାର ଶୁଣାଣି ସମୟରେ ଆବେଦନାକାରୀଙ୍କୁ ହାଇକୋର୍ଟ ପଚାରିଥିଲେ।
Also Read
ତେବେ ଏହାର ଜବାବ ପାଇଁ ଆବେଦନକାରୀ ମହଲତ ମାଗିବାରୁ ପରବର୍ତ୍ତୀ ଶୁଣାଣି ଆସନ୍ତା ୧୬ ତାରିଖକୁ ଧାର୍ଯ୍ୟ କରିଛନ୍ତି କୋର୍ଟ। ଗତ ୨୦୦୯ ମସିହା ସେପ୍ଟେମ୍ବର ୯ ତାରିଖରେ ପାରାଦୀପ ସମୁଦ୍ରରେ ବୁଡ଼ି ଯାଇଥିଲା ବ୍ଲାକରୋଜ ଜାହାଜ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Miscellaneous
ଲଘୁ ଖଣିଜ ସମ୍ପଦର ମନଇଚ୍ଛା ଲୁଟ୍ : ୮୬୪କୋଟି ଟଙ୍କାର ରାଜସ୍ୱ ବାଟମାରଣା: ଡଙ୍କାରୀ ପାହାଡ଼ ଲୁଟେରାଙ୍କୁ ସୁରକ୍ଷା, ସିଏଜି ଖୋଲିଲେ ଗୁମର
୨୦୧୫-୨୨ ମସିହା ମଧ୍ୟରେ ଲଘୁ ଖଣିଜରୁ ମୋଟ ୨୯.୬୮.୭୫କୋଟି ଟଙ୍କାର ରାଜସ୍ୱ ସଂଗ୍ରହ ହୋଇଥିବାବେଳେ ଅନିୟମିତତା ଓ ଦୁର୍ବଳ ବ୍ୟବସ୍ଥା ତଥା ତଦାରଖ ଅଭାବରୁ ରାଜ୍ୟକୁ ଶହ ଶହ କୋଟି ଟଙ୍କାର ରାଜସ୍ୱ କ୍ଷତି ସହିବାକୁ ପଡ଼ିଛି ।

Miscellaneous
ଏକକାଳୀନ ଆଇଏଏସ୍ ପାହ୍ୟାକୁ ଉନ୍ନୀତ ହେଲେ ୩୦ ଓଏଏସ୍ ଅଫିସର
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଦିନେଦୁଇଦିନ ମଧ୍ୟରେ ଏହି ଅଫିସରମାନଙ୍କୁ ଆଇଏଏସ୍ ପଦବୀକୁ ଉନ୍ନୀତ ହେବାନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବ ବୋଲି ଜଣାପଡ଼ିଛି।

Miscellaneous
ବିଜେଡି ସାଂସଦଙ୍କ ପତ୍ନୀଙ୍କ କରାମତି: ରାତାରାତି ସଂସ୍ଥା ଗଢ଼ି ନେଇ ଯାଇଛନ୍ତି ସରକାରୀ ସମ୍ପତ୍ତି, ଜଳଜଳ ଦିଶୁଛି ଜାଲିଆତି
ନିଜର ଗଡ଼ଫାଦର ତଥା ‘ଧରମ ଶ୍ୱଶୁର’ଙ୍କ ପତିଆରା ଏବଂ ବିଜେଡିର ଅଘୋଷିତ ସର୍ବେସର୍ବାଙ୍କ ଛତ୍ରଛାୟାରେ ରହି ସମସ୍ତଙ୍କ ଆଖିରେ ଆଙ୍ଗୁଳି ଗେଞ୍ଜି ଶାଗମାଛ ଦରରେ ମାନସଙ୍କ ପତ୍ନୀ ଗାୟତ୍ରୀବାଳା ପଣ୍ଡା ୩୦ବର୍ଷିଆ ଲିଜରେ ରାଜ୍ୟ ସରକାରଙ୍କ ଏଭଳି ଏକ ସମ୍ପତ୍ତିକୁ ହାତେଇଛନ୍ତି ।

Miscellaneous
ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼, ତଦନ୍ତ କରିବ କି ସିବିଆଇ?
ନବଙ୍କ ପରିବାର ସଦସ୍ୟ ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଦେଇଛୁ ବୋଲି ଦାବି କରିଛନ୍ତି। ମାତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନାରେ ସିବିଆଇ ତଦନ୍ତ ସମ୍ପର୍କରେ ଉଲ୍ଲେଖ ନଥିବାରୁ କିଏ ସତ କହୁଛି ତାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି ।

Miscellaneous
କିଟ୍ ବିବାଦ: ଗୃହରେ ଉଦବେଗ, ଉଚ୍ଚଶିକ୍ଷା ମନ୍ତ୍ରୀ ନିରବ: ଅଚ୍ୟୁତଙ୍କ ନାଁରେ ଜମି ହଡ଼ପ ମାମଲା ରୁଜୁ
କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିରୁଦ୍ଧରେ ଇନଫୋସିଟି ଥାନାରେ ଜମି ହଡ଼ପ ମାମଲା ରୁଜୁ ହୋଇଛି । ଆଉ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ସରକାରଙ୍କ କୋହଳ ଆଭିମୁଖ୍ୟ ଯୋଗୁ ମୁଖ୍ୟ ଅଭିଯୁକ୍ତ ଅଦ୍ୱିକ୍ ଶ୍ରୀବାସ୍ତବ ଜାମିନ ପାଇବାର ସମ୍ଭାବନା ଥିବା ଜଣାପଡ଼ିଛି ।