Doctor
କେନ୍ଦୁଝରରେ ଜୁଆଙ୍ଗ ଆଦିବାସୀଙ୍କ ମୃତ୍ୟୁ ମାମଲାରେ ହସ୍ତକ୍ଷେପ କଲେ ଜାତୀୟ ମାନବାଧିକାର କମିଶନ(NHRC)। ୮ ସପ୍ତାହ ମଧ୍ୟରେ ଉପଯୁକ୍ତ ପଦକ୍ଷେପ ପାଇଁ ସ୍ୱାସ୍ଥ୍ୟ ସଚିବଙ୍କୁ NHRC ନିର୍ଦ୍ଦେଶ ଦେଇଛନ୍ତି। ଅପହଞ୍ଚ ସ୍ୱାସ୍ଥ୍ୟ ସେବା ଓ ସ୍ୱାସ୍ଥ୍ୟ ବିଭାଗର ଅବହେଳା ଯୋଗୁ କେନ୍ଦୁଝର ବଂଶପାଳ ବ୍ଲକ ଜନ୍ତାରି ଗାଁରେ ଗତ ୫ ମାସରେ ୯ ଜୁଆଙ୍ଗ ଆଦିବାସୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ଛଅ ବର୍ଷର ଶିଶୁ ମଧ୍ୟ ଅଛନ୍ତି।
ଗାଁଠାରୁ ୧୫ କିଲୋମିଟର ଦୂରରେ ଗୋନାସିକା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଥିବା ବେଳେ ୪୦ କିଲୋମିଟର ଦୂରରେ ବଂଶପାଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଥିବାରୁ ଲୋକେ ଏତେ ଦୂର ଆସିପାରୁନାହାଁନ୍ତି। ସ୍ୱାସ୍ଥ୍ୟଗତ କାରଣରୁ ଅକାଳରେ ମୃତ୍ୟୁ ବରଣ କରୁଛନ୍ତି। ଏବେ ବି ଏଠାରେ ୧୦ରୁ ଅଧିକ ଲୋକ ଜ୍ୱରରେ ଆକ୍ରାନ୍ତ ଅଛନ୍ତି। ଏଠାକୁ ସ୍ୱାସ୍ଥ୍ୟ କର୍ମୀମାନେ କେବେ ଯାଆନ୍ତି ନାହିଁ।
ହାଇକୋର୍ଟ ଆଇନଜୀବୀ ଅଖଣ୍ଡ ଜାତୀୟ ମାନବିକ ଅଧିକାର କମିଶନଙ୍କ ନିକଟରେ ଏଭଳି ଅଭିଯୋଗ ଆଣି ଏକ ପିଟିସନ ଦାଖଲ କରିଥିଲେ। ଏହାକୁ ବିଚାର କରି ଆଠ ସପ୍ତାହ ମଧ୍ୟରେ ଏହି ଘଟଣାର ତଦନ୍ତ କରିବା ସହ ଉପଯୁକ୍ତ ପଦକ୍ଷେପ ନେବାକୁ କମିଶନ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କୁ ବିଭାଗୀୟ ପଦକ୍ଷେପ ସମ୍ପର୍କରେ ଜଣାଇବାକୁ ମଧ୍ୟ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
ତେବେ ଏନେଇ ରାଜ୍ୟ ସରକାର କିମ୍ବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Doctor_1697119951.jpg)