ତ୍ରିପୁରାରେ ସୀମାରେ ମୁତୟନ ହୋଇଥିବା ଜଣେ ଓଡ଼ିଆ ବିଏସ୍ଏଫ୍ ଯବାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କ ନାଁ ଈଶ୍ୱର ଦୋରା। ଈଶ୍ୱରଙ୍କ ମୃତ୍ୟୁ ନେଇ ତାଙ୍କ ବଡ଼ ଭାଇ କୈଳାସ ଦୋରା ସୂଚନା ଦେଇଛନ୍ତି।
ଈଶ୍ୱରଙ୍କ ଘର କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗାଁରେ। ସେ ୨୦୦୯ ମସିହାରେ ବିଏସ୍ଏଫ୍ରେ ଯୋଗ ଦେଇଥିଲେ।
Also Read
ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁସାରେ, ଈଶ୍ୱର ବାଂଲାଦେଶକୁ ଲାଗିଥିବା ଲଙ୍କାମୁରାରେ ଥିବା ବିଏସଏଫର ସୀମା ଆଉଟପୋଷ୍ଟରେ ମୁତୟନ ହୋଇଥିଲେ। ଗତକାଲି ରାତିରେ ସେ ଡ୍ୟୁଟିକୁ ଯାଇଥିଲେ। ଆଜି ସକାଳେ ତାଙ୍କ ମୃତଦେହ ଲଙ୍କାମୁରା ଲୁହା ପୋଲ ତଳୁ ଉଦ୍ଧାର ହୋଇଥିଲା।ତାଙ୍କର ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପ୍ରାଥମିକ ତଦନ୍ତରୁ ସେ ନାଳରେ ଖସି ପ୍ରାଣ ହରାଇଥିବା କୁହାଯାଉଛି।
ଈଶ୍ୱରଙ୍କ ଦେହରେ କୌଣସି ଦାଗ ନ ଥିବା କୁହାଯାଉଛି। ତାଙ୍କ ମୃତଦେହ ପାଖରେ ତାଙ୍କ ରାଇଫଲ ପଡ଼ିଥିଲା। ଘଟଣାର ତଦନ୍ତ କରାଯାଉଛି।
ଈଶ୍ୱରଙ୍କ ମୃତ୍ୟୁ ଖବର ପାଇବା ପରେ ତାଙ୍କ ପରିବାର ଦୁଃଖରେ ଭାଙ୍ଗି ପଡ଼ିଛି। ତାଙ୍କ ଗାଁରେ ଶୋକରଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Miscellaneous
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ପରଲୋକ
କଳାହାଣ୍ଡି ଜିଲ୍ଲାର ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛି ।
Miscellaneous
ଭରତପୁର ଥାନା ପ୍ରସଙ୍ଗ: ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ସାରିବାକୁ ନିର୍ଦ୍ଦେଶ
ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇ ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।
Miscellaneous
ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।