Advertisment

‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।

author-image
Debadatta Aryashrestha
Ayushman Bharat

Ayushman Bharat

ଆସନ୍ତାକାଲିଠୁ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ପାଦ ଆଗେଇ ଓଡ଼ିଶା। କାରଣ ଆସନ୍ତାକାଲି ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ।

Advertisment

ନୂଆଦିଲ୍ଲୀରେ ବିଜ୍ଞାନ ଭବନଠାରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷର ହେବ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ୨ ଦିନିଆ ଗସ୍ତ ଭିତରେ ରାଷ୍ଟ୍ରପତି ଭବନରେ ଥିବା କାର୍ଯ୍ୟକ୍ରମରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗଦେବେ ବୋଲି ସୂଚନା ମିଳିଛି।

ଉଲ୍ଲେଖ ଯୋଗ୍ୟ, ରାଜ୍ୟ ସରକାର ଆସନ୍ତା ଫେବୃଆରୀରୁ ଏହାକୁ  ଲାଗୁ କରିବା ସହ ଏପ୍ରିଲରୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବେ। ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ ହେବା ପାଇଁ ପ୍ରକ୍ରିୟା ଚଳିତମାସ ଶେଷ ସୁଦ୍ଧା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି। ଓଡ଼ିଶାରେ ଜାରି ରହିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ନୂଆ ନାଁ-ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା) ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ।

Advertisment
Bjp Jp Nadda Ayushman Bharat CM Mohan Majhi Mukesh Mahaling PM JAY Jana Arogya Yojana