Advertisment

୫ ପ୍ରସ୍ତାବକୁ କ୍ୟାବିନେଟ ମୋହର: ସର୍ବନିମ୍ନ ମଜୁରୀ ହେଲା ୪୫୦ ଟଙ୍କା

ରାଜ୍ୟ କ୍ୟାବିନେଟ ବୈଠକରେ ଆଜି ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଛି। ସର୍ବନିମ୍ନ ମଜୁରୀ ବୃଦ୍ଧିକୁ ମଂଜୁରି ଦେଇଛି ରାଜ୍ୟ କ୍ୟାବିନେଟ୍।

ଅଦ୍ୟତନ ହୋଇଛି
Advertisment

ରାଜ୍ୟ କ୍ୟାବିନେଟ ବୈଠକରେ ଆଜି ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଛି। ସର୍ବନିମ୍ନ ମଜୁରୀ ବୃଦ୍ଧିକୁ ମଂଜୁରି ଦେଇଛି ରାଜ୍ୟ କ୍ୟାବିନେଟ୍। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ବଢ଼ିଛି। ଅଣକୁଶଳୀ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବଢ଼ିଥିବା ବେଳେ କୁଶଳୀ ଶ୍ରମିକଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କା ଓ ଉଚ୍ଚ କୁଶଳୀଙ୍କ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିଭଳି ଓଡ଼ିଆ ଅସ୍ମିତା ପାଇଁ ୨ଶହ କୋଟିର କର୍ପସ ପାଣ୍ଠିକୁ ଆଜି କ୍ୟାବିନେଟରେ ଅନୁମୋଦନ ମିଳିଛି। ଓଡ଼ିଆ ଅସ୍ମିତା ଭବନ ନିର୍ମାଣ ଓ ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ। ସେହିଭଳି ପିଏମ୍ କିଷାନରେ ଆଉ ପ୍ରାୟ ୬ ଲକ୍ଷ ଚାଷୀ ସାମିଲ ହେବେ। ବାଦ୍‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।  

Advertisment
Mohan Charan Majhi Odisha Cm Cabinet Meeting Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe