Advertisment

କୃଷକମାନେ ରାଜ୍ୟ ଅର୍ଥନୀତିର ସାରଥି: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଲୋୟର ସୁକତେଲ ପ୍ରକଳ୍ପ ଦ୍ୱାରା ବଲାଙ୍ଗିରର ଚାଷୀଭାଇମାନଙ୍କର ଜଳ କଷ୍ଟ ଦୂର ହେଲା। ସୁକତେଲ ପ୍ରକଳ୍ପ ବଲାଙ୍ଗିରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ।

Lower Suktel

Lower Suktel

Advertisment

କୃଷକମାନେ ରାଜ୍ୟ ଅର୍ଥନୀତିର ସାରଥି। ଚାଷୀ ଭାଇମାନଙ୍କୁ ସାଥୀରେ ଧରି ଆମେ ଆଗକୁ ବଢୁଛୁ। ମୁଁ ସବୁବେଳେ ଚାଷୀ ଭାଇମାନଙ୍କ ସାଥୀରେ ଅଛି। ସେମାନଙ୍କ ପାଇଁ କାଳିଆ, ଏକ ଲକ୍ଷ ଟଙ୍କାର ବିନା ସୁଧରେ ଋଣ, ମାଗଣା ଫସଲ ବୀମା, ଚାଷୀ ଘର ପିଲାଙ୍କ ପାଇଁ ଛାତ୍ରବୃତ୍ତି ଓ ଆହୁରି ଅନେକ ଯୋଜନା କରାଯାଇଛି। ବଲାଙ୍ଗିରରେ ଲୋୟର ସୁକତେଲ ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ଆଜି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଲୋୟର ସୁକତେଲ ପ୍ରକଳ୍ପ ଦ୍ୱାରା ବଲାଙ୍ଗିରର ଚାଷୀଭାଇମାନଙ୍କର ଜଳ କଷ୍ଟ ଦୂର ହେଲା। ସୁକତେଲ ପ୍ରକଳ୍ପ ବଲାଙ୍ଗିରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ। ଚାଷୀଙ୍କ ବିକାଶରେ ରାଜ୍ୟର ବିକାଶ। ବଲାଙ୍ଗିର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି, ଲୋୟର ସୁକତେଲ ରାଜ୍ୟର ନବମ ସର୍ବବୃହତ ବନ୍ଧ। ଏହାର ଉଚ୍ଚତା ୩୧ ମିଟର। ଏହାଦ୍ୱାରା ବଲାଙ୍ଗିର ଓ ସୋନପୁର ଜିଲ୍ଲାର ୨୦୩ଟି ଗାଁର ଏକ ଲକ୍ଷ ଏକର ଜମିକୁ ପାଣି ମିଳିବ। ୮୦ ହଜାରରୁ ଅଧିକ ଚାଷୀ ଉପକାର ପାଇବେ। ଜିଲ୍ଲାର ୭୦ ହଜାରରୁ ଅଧିକ ଲୋକ ପିଇବା ପାଣି ସୁବିଧା ପାଇବେ। ୨୦୧୯ ମସିହାରୁ 5T ଉପକ୍ରମରେ ପ୍ରକଳ୍ପ ତ୍ୱରାନ୍ୱିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି। ଟେକ୍ନୋଲୋଜିର ବ୍ୟବହାର କରାଯାଇ Pressurised Underground Pipeline ଜରିଆରେ ଜଳସେଚନର ବ୍ୟବସ୍ଥା କରାଯାଉଛି। ପ୍ରକଳ୍ପ ପାଇଁ ୨୯ଟି ଗାଁର ଲୋକ ବହୁତ ବଡ଼ ତ୍ୟାଗ କରିଛନ୍ତି। ସେମାନଙ୍କ ତ୍ୟାଗକୁ ମୁଁ ସମ୍ମାନ ଜଣାଉଛି। ବଲାଙ୍ଗିର ବିକାଶ ପାଇଁ ସେମାନଙ୍କ ତ୍ୟାଗ ସବୁଦିନ ମନେ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Advertisment

ଆଜିର ଲୋକାର୍ପଣ ଉତ୍ସବରେ ଜଳସଂପଦ ବିଭାଗ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, 5-T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବଲାଙ୍ଗିର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ପାଟଣାଗଡ ବିଧାୟକ ସରୋଜ ମେହେର, ଲୋଇସିଂଘା ବିଧାୟକ ମୁକେଶ ମହାଲିଙ୍ଗ, ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ କଲିକେଶ ନାରାୟଣ ସିଂହଦେଓ, ବଲାଙ୍ଗିର ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Balangir Lower Suktel
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe