Advertisment

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଆମ୍ବାସାଡର୍ ମିଟ୍‌: କହିଲେ- ଓଡ଼ିଶା ହେବ ଶିଳ୍ପ ହବ୍‌

ଓଡ଼ିଶାରେ ଶିଳ୍ପ ବାତାବରଣ ଓ ପୁଞ୍ଚିନିବେଶ ପାଇଁ ସମସ୍ତଙ୍କ ସହ ସକରାତ୍ମକ ଆଲୋଚନା ହୋଇଛି ବୋଲି ସେ କହିଛନ୍ତି।

author-image
Hemant Lenka
ଅଦ୍ୟତନ ହୋଇଛି
CM

CM

ଓଡ଼ିଶାକୁ ଅଧିକ ପୁଞ୍ଜି ଆଣିବା ସହ ଆଗାମୀ ଦିନରେ ବିଦେଶୀ ପୁଞ୍ଜି ନିବେଶ ବଢ଼ାଇବା ଲକ୍ଷ୍ୟ ନେଇ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସେଠାରେ ଆମ୍ବାସାଡର ମିଟ କରିଛନ୍ତି। ପ୍ରାୟ ୩୪ଟି ଦେଶର ରାଷ୍ଟ୍ରଦୂତ ଏହି ବୈଠକରେ ଯୋଗ ଦେଇଥିଲେ। ବୈଠକ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କମିଶନର, ହାଇକମିଶନର ଓ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା ହୋଇଛି। 

Advertisment

ଓଡ଼ିଶାରେ ଶିଳ୍ପ ବାତାବରଣ ଓ ପୁଞ୍ଚିନିବେଶ ପାଇଁ ସମସ୍ତଙ୍କ ସହ ସକରାତ୍ମକ ଆଲୋଚନା ହୋଇଛି। ଏଥିରେ ଆନ୍ତର୍ଜାତିକ ସହଭାଗୀତା ଭିତ୍ତିରେ ଓଡ଼ିଶାରେ କିପରି ବିଦେଶୀ ପୁଞ୍ଜି ନିବେଶ ହୋଇ ପାରିବ, ସେ ବିଷୟରେ ଆଜି ଫଳପ୍ରଦ ଆଲୋଚନା ହୋଇଛି ବୋଲି ସେ କହିଛନ୍ତି। 

ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, “ ମୁଁ ଆଶା କରୁଛି ୨୦୨୫ ଜାନୁଆରୀରେ ହେବାକୁ ଯାଉଥିବା ଉତ୍କର୍ଷ ଓଡ଼ିଶା କନକ୍ଲେଭ ଏକ ସର୍ବବୃହତ୍ତ ଶିଳ୍ପ ସମାବେଶ ଅନୁଷ୍ଠିତ ହେବାକୁ ଯାଉଛି। ଆଗାମୀ ଦିନରେ ସେମିକଣ୍ଡକ୍ଟର, ଆଇଟି, ଗ୍ରୀନ ଏନର୍ଜି, ପେଟ୍ରୋ କେମିକାଲସ, ଇଲେକ୍ଟ୍ରୋନିକସ, ଫୁଡ ପ୍ରୋସେସିଙ୍ଗ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ ହେବାର ସମ୍ଭାବନା ରହିଛି। ଏହା ୨୦୩୬ରେ ସମୃଦ୍ଧ ଓଡ଼ିଶା ଓ ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ନିଶ୍ଚିନ୍ତ ସୁଦୃଢ ମୂଳଦୁଆ ପକାଇବ।

Advertisment

ପୂର୍ବୋଦୟର ବିକାଶ ହେଲେ ଭାରତର ବିକାଶ ହେବ ବୋଲି ଯାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ, ତାହା ସଫଳ ହେବ।ଓଡ଼ିଶାର ଯେଉଁ ଡବଲ ଇଞ୍ଜିନ ସରକାର ହୋଇଛି, କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଓଡ଼ିଶା ଏକ ଶିଳ୍ପ ହବରେ ପରିଣତ ହେବାକୁ ଯାଉଛି। ଏନେଇ ନିଶ୍ଚିତ ରୂପରେ ଆମକୁ  ଆଜି ଏକ ସଫଳ ସଙ୍କେତ ମିଳି ପାରିଛି।” ଏହି ନିବେଶକ ସମ୍ମିଳନୀରେ ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ। 

ବର୍ତ୍ତମାନ ଦିଲ୍ଲୀରେ ଥିବା ମୁଖ୍ୟମନ୍ତ୍ରୀ ଆଜି ଦିଲ୍ଲୀରେ ପ୍ରଥମଥର ରୋଡ ଶୋ’ ମଧ୍ୟ କରିବେ। ରାଜ୍ୟରେ ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି।

ବିଶେଷକରି ଫୁଡ୍ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ଉପରେ ପ୍ରାଥମିକତା ଦିଆଯିବ । ଏଦିଗରେ ବିଭିନ୍ନ ପୁଞ୍ଜିନିବେଶକଙ୍କ ସହ ଆଲୋଚନା କରାଯିବ । ଓଡ଼ିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥିବା ସକରାତ୍ମକ ଇକୋସିଷ୍ଟମ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀ ଅବଗତ କରାଇବେ। 

ଆସନ୍ତାବର୍ଷ ଜାନୁୟାରୀ ୨୮ ଓ ୨୯ତାରିଖରେ ଉତ୍କର୍ଷ ଓଡ଼ିଶା-୨୦୨୫ କନକ୍ଲେଭ ପାଇଁ ଦିନ ଧାର୍ଯ୍ୟ ହୋଇଛି । ବିଜେଡି ସରକାରଙ୍କ ‘ମେକ୍ ଇନ୍ ଓଡ଼ିଶା’ର ନାଁ ପରିବର୍ତ୍ତନ କରି ରାଜ୍ୟର ବିଜେପି ସରକାର ଏହାକୁ ‘ଉତ୍କର୍ଷ ଓଡ଼ିଶା’ର ନାମକରଣ କରିଛନ୍ତି ।

Odisha Delhi CM Mohan Charan Majhi