ESI Hospital (File Photo)
ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍ ଅଫିସର ମଧୁମିତା ନାୟକଙ୍କୁ ଶ୍ରମ ଓ ଇଏସଆଇ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି।ଏହାସହିତ ତାଙ୍କୁ ଇଏସଆଇ ନିର୍ଦ୍ଦେଶିକା ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି।
Advertisment
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରମ ଓ ଇଏସଆଇ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି। ଅଶୋକ କୁମାର ପଣ୍ଡା ଇଏସଆଇ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ। ସେହିପରି ପାଟଣାଗଡ଼ର ପୂର୍ବତନ ଉପଜିଲ୍ଲାପାଳ ବରିଷ୍ଠ ଓଏଏସ୍ ଅମିତ୍ କୁମାର ନାୟକଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଉପସଚିବ ଭାବେ ବଦଳି କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
