Advertisment

ବାରକୋଟରେ ଖୋଲିବ ଜେଏମଏଫସି କୋର୍ଟ, ମିଳିଲା ମଞ୍ଜୁରୀ

ତ୍ୱରିତ୍ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

author-image
Ordigital Desk
Judgment

Judgment

ଦେବଗଡ଼ ଜିଲ୍ଲାର ବାରକୋଟ୍ ଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ(ଜୁନିୟର ଡିଭିଜନ) ତଥା ଜେଏମଏଫସି କୋର୍ଟ ସ୍ଥାପନକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି । ତ୍ୱରିତ୍ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

Advertisment

ଏହି ନୂଆ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି । ବିଭିନ୍ନ କାରଣରୁ ପଡ଼ିରହିଥିବା ମାମଲାଗୁଡ଼ିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂଆ କୋର୍ଟ ସହାୟକ ହେବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

JMFC