Advertisment

ଆଜିଠାରୁ ନଦୀ ମୁହାଣ ଓ ସମୁଦ୍ରରେ ମାଛଧରା ନିଷେଧ

ଜୁନ ୧୪ ଯାଏ ଅର୍ଥାତ ୬୧ ଦିନ ପାଇଁ ଏହି କଟକଣା ଲାଗୁ ହୋଇଛି।

author-image
Tapaswini Nayak
Boat

Boat

ଓଡ଼ିଶା ଉପକୂଳରେ ଆଜିଠାରୁ ମାଛଧରା ନିଷେଧ। ନଦୀ ମୁହାଣ ଗୁଡିକରେ ବି ମାଛଧରାରେ ଲଗାଯାଇଛି ଅଙ୍କୁଶ। ଜୁନ ୧୪ ଯାଏ ଅର୍ଥାତ ୬୧ ଦିନ ପାଇଁ ଏହି କଟକଣା ଲାଗୁ ହୋଇଛି।

Advertisment

ମତ୍ସ୍ୟସମ୍ପଦର ସଂରକ୍ଷଣ ଉଦ୍ଦେଶ୍ୟରେ ସରକାର ଏପରି ପଦକ୍ଷେପ ନେଇଛନ୍ତି। କେବଳ ସାଢେ ୮ ମିଟର ଲମ୍ବ ପାରମ୍ପରିକ ଡଙ୍ଗାକୁ ଏହି କଟକଣାରୁ ବାଦ କରାଯାଇଛି। ଓଡ଼ିଶା ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଗଞ୍ଜାମ, କୁଜଙ୍ଗ, ବାଲୁଗାଁ, ବାଲେଶ୍ୱର, ପୁରୀ ମତ୍ସ୍ୟ ଅଧିକାରୀଙ୍କୁ ଚିଠି କରାଯାଇଛି।

ଓମ୍ଫ୍ରା ଆକ୍ଟ ବା ଓଡିଶା ମେରାଇନ ଫିସିଂ ରେଗୁଲେସନ ଆକ୍ଟର କଡାକଡି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହାଦ୍ୱାରା ପାରାଦୀପରେ କେବଳ ୭ ଶହ
ପାଖାପାଖି ଟ୍ରଲର ମାଛ ଧରିବାରୁ ବଞ୍ଚିତ ରହିବେ। ଯେଉଁଥିରେ ନିୟୋଜିତ ଥିବା ପ୍ରାୟ ୫ ହଜାର ମତ୍ସ୍ୟଜୀବୀ ଏବେ ଦୁଇ ମାସ ହାତ ବାନ୍ଧି ବସିବେ।

Advertisment
Paradeep