Advertisment

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି; ସ୍ୱତନ୍ତ୍ର ଓମଫେଡ୍ ଘିଅ ଡିପୋ ଖୋଲାଯାଉ

ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ।

puri

puri

Advertisment

ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ। ଶ୍ରୀମନ୍ଦିର ମଧ୍ୟରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଥିବା ବେଳେ ଏନେଇ ସହଯୋଗ ପ୍ରଦାନ କରିବାକୁ ଓମେଫେଡକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ।

Advertisment

ଜଗନ୍ନାଥ ମନ୍ଦିର ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପାଇଁ ଏକ ସ୍ୱତନ୍ତ୍ର ଡିପୋ ଖୋଲାଯିବା ସକାଶେ ଓମଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ। ମୁଖ୍ୟ ପ୍ରଶାସକ ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି । ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ମଧ୍ୟ ଆଲୋଚନା ହେବା ସହ ସହମତି ପ୍ରକାଶ ପାଇଛି। 

ଶ୍ରୀମନ୍ଦିରରେ ଓମଫେଡ଼ ଘିଅର ଆବଶ୍ୟକତାକୁ ନଜରରେ ଯଥେଷ୍ଟ ଘିଅ ମହଜୁଦ୍ ରଖିବାକୁ ରଖି ପଦକ୍ଷେପ ଗ୍ରହଣ କରିବାକୁ ଓମଫେଡ଼କୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିର ପାଇଁ ସ୍ୱତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୂରଣ ହେବା ସହ ଅପମଶ୍ରିତ ଘିଅକୁ ମଧ୍ୟ ରୋକାଯାଇ ପାରିବ ବୋଲି ମୁଖ୍ୟ ପ୍ରଶାସକ ଗୁରୁତ୍ୱାରୋପ କରିଛନ୍ତି। ଏଥିସହିତ ଘିଅ ଦର ମଧ୍ୟ ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି।

Advertisment

ଅନ୍ୟପକ୍ଷରେ ଶ୍ରୀମନ୍ଦିର ମଧ୍ୟକୁ ଓମଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ।  ବରିଷ୍ଠ ସୁପରଭାଇଜର ଏବଂ କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ, ଏଣିକି ଅନ୍ୟ ଛାପ ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରି ଦେଇଛନ୍ତି।

ସୂଚନାଯୋଗ୍ୟ,  ତିରୁପତି ବାଲାଜୀ ମନ୍ଦିରର ଲଡୁ ମାଛ ତେଲ, ଘୁଷୁରି ଓ ଗୋରୁ ଚର୍ବିର ଅପମିଶ୍ରଣରେ ପ୍ରସ୍ତୁତ ହେଉଥିବା ଅଭିଯୋଗ ଆସିବା ପରେ ପୁରୀ ମନ୍ଦିରରୁ ମିଳୁଥିବା ମହାପ୍ରସାଦରେ ବ୍ୟବହୃତ ଘିଅର ଶୁଦ୍ଧତାକୁ ନେଇ ପ୍ରଶ୍ନ ଉଠିଥିଲା।

Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe