Elephant attack
Advertisment
ଶୌଚ ହେବା ପାଇଁ ଯିବା ବେଳେ ଦଳି ଦେଲା ଦନ୍ତା। ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ବନାଞ୍ଚଳ ଅଧୀନ ଝିରପାଣିରେ ଏହି ଘଟଣା ଘଟିଛି। ମୃତକ ହେଲେ ଗାଁର ସାମୁଏଲ ସାଇନ୍ଦ।
Advertisment
ଆଜି ଭୋର ସମୟରେ ସାମୁଏଲ ଶୌଚ ହେବା ପାଇଁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀଟି ତାଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ବନବିଭାଗ ଟିମ୍ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
ସୂଚନାଯୋଗ୍ୟ, କିଛି ଦିନ ହେଲା ଝାଡଖଣ୍ଡୀ ହାତୀପଲ ସ୍ଥାନୀୟ ଅଞ୍ଚଳରେ ଉପଦ୍ରବ କରୁଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1701142288.jpg)