Advertisment

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ତାଙ୍କୁ ମିଳିଥିଲା ପଦ୍ମଶ୍ରୀ ପୁରସ୍କାର।

ଅଦ୍ୟତନ ହୋଇଛି
Kamala Pujari

Kamala Pujari

Advertisment

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। କଟକ SCBରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ହୃଦଘାତରେ କମଳା ପୂଜାରୀଙ୍କ ମୃତ୍ୟୁ ଘଟିଥିବା ଡାକ୍ତର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। କିଡନୀ ଜନିତ ସମସ୍ୟାରେ ଆକ୍ରାନ୍ତ ହୋଇ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ।

Advertisment

୧୬ ତାରିଖ ସନ୍ଧ୍ୟାରେ କମଳା ପୂଜାରୀ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥାର ଅନୁଧ୍ୟାନ କରୁଥିଲେ। ୧୮ ତାରିଖରେ କଟକ ବଡ଼ ମେଡିକାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିଲା।  SCBର ଆଇସିୟୁରେ କମଳା ପୂଜାରୀଙ୍କୁ ଭର୍ତ୍ତି କରାଯାଇଥିଲା। ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ। ମେଡ଼ିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡ଼ିସିନ ବିଭାଗର ଚାରିଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଥିଲା। ସେମାନେ କମଳା ପୂଜାରୀଙ୍କର ଚିକିତ୍ସା କରୁଥିଲେ। 

ଗତ ଦୁଇ ବର୍ଷ ହେବ କମଳା ପୂଜାରୀ କିଡନୀ ରୋଗରେ ଆକ୍ରାନ୍ତ ହୋଇଥିଲେ। ଆଗରୁ ବହୁ ବାର କମଳା ପୂଜାରୀ ଏସସିବି ମେଡିକାଲ ଆସି ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ନିଜ ଘରକୁ ଫେରିଛନ୍ତି।

Advertisment

କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ାବ୍ଳକ ଅନ୍ତର୍ଗତ କାଣ୍ଡକିଗୁଡ଼ା ଗ୍ରାମରେ କମଳା ପୂଜାରୀ ଜନ୍ମଗ୍ରହଣ କରିଥିଲେ। ତାଙ୍କର ଦୁଇ ପୁଅ ଓ ଦୁଇ ଝିଅ ଅଛନ୍ତି। ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ୨୦୧୯ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିଲା। ନାରୀ ସଶକ୍ତିକରଣ ସହିତ ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ ମଧ୍ୟ ତାଙ୍କର ଅତୁଳନୀୟ ଅବଦାନ ଥିଲା। ଲୋପ ପାଇଯାଉଥିବା ପ୍ରାୟ ୧୦୦ରୁ ଉର୍ଦ୍ଧ୍ୱ ଦେଶୀ ବିହନ କିସମର ସଂରକ୍ଷଣ ତଥା ଜୈବୀକ ଚାଷ କରି ଲୋକ ଲୋଚନକୁ ଆସିଥିଲେ।

କମଳା ପୂଜାରୀଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।  କମଳାଙ୍କ ପୁଅ ଟଙ୍କଧରଙ୍କ ସହ ଫୋନ ଯୋଗେ କଥା ହୋଇ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥି ମୁଖ୍ୟମନ୍ତ୍ରୀ କହିଛନ୍ତି, କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶସ୍ୟ ସରଂକ୍ଷଣ ଓ ପରିବେଶ ସୁରକ୍ଷା ଦିଗରେ ତାଙ୍କ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ। ଏଥିସହ ମୁଖ୍ୟମନ୍ତ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସସ ସମ୍ପର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। 

ସେହିପରି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ମଧ୍ୟ କମଳା ପୂଜାରୀଙ୍କ ବିୟୋଗରେ ଟ୍ୱିଟ୍ କରି ଶୋକବ୍ୟକ୍ତ କରିଛନ୍ତି। ସେ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ଯେ, ପଦ୍ମଶ୍ରୀ ସମ୍ମାନନୀୟା କମଳା ପୂଜାରୀଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ମର୍ମାହତ। କୃଷି ଓ ସମାଜ ସୁଧାର କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି ।

Cuttack Padma Shri Kamala Pujari
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe