Advertisment

ଏଣିକି ତହସିଲ ଓ ସବରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର, ଆଗନ୍ତୁକ ଦେଇପାରିବେ ମତାମତ: ରାଜସ୍ୱ ମନ୍ତ୍ରୀ

ବିଭିନ୍ନ ଅନୁଷ୍ଠାନମାନଙ୍କୁ ଯେଉଁ ସରକାରୀ ଜମି ଲିଜ୍ ଆକାରରେ ଦିଆଯାଇଛି, ତାକୁ ଯଦି ସେମାନେ ସଠିକ୍ ବ୍ୟବହାର କରୁନାହାନ୍ତି ତା’ହେଲେ ସେହି ଜମିକୁ ସରକାର ଫେରାଇନେବେ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ ସ୍ପଷ୍ଟ କରିଛନ୍ତି।

Suresh Pujari

Suresh Pujari

Advertisment

ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଦରଜ କରିପାରିବେ । ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆଜି ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ରାଜସ୍ୱ ଆଇନକୁ ସହଜ, ସରଳ ଓ ଲୋକାଭିମୁଖୀ କରାଗଲେ ଲୋକମାନଙ୍କର ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ହୋଇପାରିବ ବୋଲି ଆଶାବ୍ୟକ୍ତ କରିଛନ୍ତି ।

Advertisment

ଶ୍ରୀ ପୂଜାରୀ ଆଜି ଲୋକସେବା ଭବନରେ ବିଭାଗୀୟ ଅଧିକାରୀମାନଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ସମୀକ୍ଷା କରିଥିଲେ । ଏହି ସମୀକ୍ଷା ବୈଠକରେ ତହସିଲ ଓ ସବରେଜିଷ୍ଟ୍ରାର ଅଫିସରେ ଗୋଟିଏ ଲେଖାଏଁ ରେଜିଷ୍ଟର ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ବିଭିନ୍ନ କାର୍ଯ୍ୟରେ ଯାଉଥିବା ବ୍ୟକ୍ତିମାନେ ଏହି ରେଜିଷ୍ଟରରେ ନିଜର ମତାମତ ଓ ପ୍ରତିକ୍ରିୟା ଉଲ୍ଲେଖ କରିପାରିବେ । ସେହିପରି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା ଘରଡ଼ିହ ଶୂନ୍ୟ ବ୍ୟକ୍ତିମାନଙ୍କୁ ଘରଡ଼ିହ ଯୋଗାଇଦେବା, ଭୂମିହୀନ ଲୋକମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଅବସ୍ଥା ସର୍ବେକ୍ଷଣ କରାଯାଇ ସେମାନଙ୍କୁ ବସୁନ୍ଧରା ଯୋଜନାରେ ଜମି ପ୍ରଦାନ କରାଯିବା, ସମସ୍ତ ବିଦ୍ୟାଳୟଗୁଡ଼ିକୁ ଜମିର ପଟ୍ଟା ଯୋଗାଇ ଦେବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ନୂଆ ରାଜସ୍ୱ ଗ୍ରାମ ଘୋଷଣା କାର୍ଯ୍ୟ ଆସନ୍ତା ଡିସେମ୍ବର ଶେଷସୁଦ୍ଧା କାର୍ଯ୍ୟକାରୀ କରାଯିବାକୁ ମନ୍ତ୍ରୀ ଶ୍ରୀ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହାସହିତ ରାଜ୍ୟରେ ତହସିଲଗୁଡ଼ିକରେ ପଡ଼ିରହିଥିବା ମ୍ୟୁଟେସନ୍ ମାମଲାକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସାରିବା ଓ ପଟ୍ଟାରେ ଥିବା ପ୍ରଜାଙ୍କ ନାମ ଉତ୍ତରାଧିକାରୀଙ୍କ ନାଁରେ ସଂଶୋଧନ କରିବାକୁ ମଧ୍ୟ ମନ୍ତ୍ରୀ ଶ୍ରୀ ପୂଜାରୀ ପରାମର୍ଶ ଦେଇଛନ୍ତି । ବିଭିନ୍ନ ଅନୁଷ୍ଠାନମାନଙ୍କୁ ଯେଉଁ ସରକାରୀ ଜମି ଲିଜ୍ ଆକାରରେ ଦିଆଯାଇଛି, ତାକୁ ଯଦି ସେମାନେ ସଠିକ୍ ବ୍ୟବହାର କରୁନାହାନ୍ତି ତା’ହେଲେ ସେହି ଜମିକୁ ସରକାର ଫେରାଇନେବେ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ ସ୍ପଷ୍ଟ କରିବା ସହ ରାଜସ୍ୱ ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକ ପୂରଣ କରିବା, ବାସସ୍ଥାନ, ଜାତିଗତ ଓ ଅନ୍ୟାନ୍ୟ ପ୍ରମାଣପତ୍ର ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଛନ୍ତି ।

Advertisment

ଏହି ବୈଠକରେ ବିଭାଗୀୟ ସଚିବ ଦେଓରଞ୍ଜନ ସିଂହଙ୍କ ସମେତ ସବୁ ଆରଡିସି, ଜିଲ୍ଲାପାଳ, ଅତିରକ୍ତ ଜିଲ୍ଲାପାଳ, ତହସିଲଦାରମାନଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଭର୍ଚୁଆଲ ମୋଡରେ ଉପସ୍ଥିତ ରହିଥିଲେ ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe