Advertisment

ଆଜି ଝାରସୁଗୁଡାରେ ଅବତରଣ କରିପାରେ ପ୍ରଧାନମନ୍ତ୍ରୀଙ୍କ ବିମାନ, ସୁରକ୍ଷା କଡ଼ାକଡ଼ି

ଆଜି ଅପରାହ୍ନରେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିପାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିମାନ। ଏଥିପାଇଁ ଝାରସୁଗୁଡା ବିମାନ ବନ୍ଦରର ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି।

author-image
Niharika Rout
Airport

Airport

 ଆଜି ଅପରାହ୍ନରେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିପାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିମାନ। ଏଥିପାଇଁ ଝାରସୁଗୁଡା ବିମାନ ବନ୍ଦରର ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି।

Advertisment

ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ପ୍ରଧାନମନ୍ତ୍ରୀଙ୍କର ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଏବେ ମଧ୍ୟପ୍ରଦେଶରେ ପହଞ୍ଚି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ମୋଦି। ଏହାପରେ ଛତିଶଗଡ଼ ଆସିବେ। ମାତ୍ର ଆଜି ଓଡ଼ିଶା ଓ ଛତିଶଗଡରେ ଲଗାଣ ବର୍ଷା ଜାରି ରହିଛି।

ତେବେ ଛତିଶଗଡ଼ ଆସିବା ସମୟରେ ଯଦି କୌଣସି ପ୍ରତିକୂଳ ପାଗ ଥାଏ, ତେବେ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀଙ୍କ ବିମାନର ଜରୁରୀ ଅବତରଣ ହୋଇପାରେ ବୋଲି କୁହାଯାଉଛି।

Advertisment

ଏହି ସମ୍ଭାବନାକୁ ଦେଖି ଝାରସୁଗୁଡା ବିମାନ ବନ୍ଦରରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଝାରସୁଗୁଡା ବିମାନ ବନ୍ଦରକୁ ପୁଲିସ୍‌ ଓ ସେନା କର୍ମଚାରୀ ଘେରି ରହିଥିବା ବେଳେ ସନ୍ଧାନୀ କୁକୁର ଦ୍ୱାରା ତନ ତନ କରି ଯାଞ୍ଚ କରାଯାଉଛି । ଝାରସୁଗୁଡ଼ା ଜିଲ୍ଲାପାଳ, ଏସ୍‌ପି ଓ ଅନ୍ୟ ବରିଷ୍ଠ ଅଧିକାରୀ ବିମାନ ବନ୍ଦରରେ ଉପସ୍ଥିତ ଥିବା ବେଳେ ସେନାର ୩ଟି ହେଲିକପ୍ଟର ବି ପହଞ୍ଚି ସାରିଛି।

ମଧ୍ୟପ୍ରଦେଶ ବୀଣା କାର୍ଯ୍ୟକ୍ରମ ପରେ ଆଜି ଅପରାହ୍ନ ୩ଟା ୧୫ରେ ଛତିଶଗଡ଼ ରାୟଗଡଠାରେ ରେଳ ପ୍ରକଳ୍ପକୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ ମୋଦି। ଉକ୍ତ ସମୟରେ ପାଗ ପ୍ରତିକୂଳ ଥିଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ ଅପରାହ୍ନ ପ୍ରାୟ ୨ଟାରେ ଝାରସୁଗୁଡ଼ା ବିମାନବନ୍ଦରରେ ଅବତରଣ କରିପାରେ।

ସେଠାରୁ ସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ମୋଦି ଛତିଶଗଡ଼ ଯାଇ ପାରନ୍ତି। ଏଥିନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

PM Modi Jharsuguda