Advertisment

୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ୯ ତାରିଖ ଜନତା ମଇଦାନରେ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ।

ଅଦ୍ୟତନ ହୋଇଛି
PM Modi

PM Modi

Advertisment

ଆସନ୍ତା ୮ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ। ୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ସେହିପରି ୯ ତାରିଖ ଜନତା ମଇଦାନରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବା ନେଇ ସୂଚନା ରହିଛି।

Advertisment

ଏଥିପାଅଇଁ ସଜେଇ ହେଉଛି ରାଜଧାନୀ ଭୁବନେଶ୍ୱର। ରାଜଧାନୀ କାନ୍ଥବାଡ଼କୁ ନୂଆ ରଙ୍ଗ ଦେବା ସହ ବିଭିନ୍ନ ଚିତ୍ର ଅଙ୍କନ କରାଯାଉଛି। ଭୁବନେଶ୍ୱର ଜନତା ମୈଦାନରେ ସମସ୍ତ ପ୍ରସ୍ତୁତି ଚାଲିଛି। ପ୍ରବାସୀ ଭାରତୀୟ ଦିବସକୁ ଆକର୍ଷଣୀୟ ଓ ସଫଳ କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ।

ପ୍ରବାସୀ ଭାରତୀୟ ଦିବସ ପ୍ରଥମ ଥର ଓଡ଼ିଶାରେ ଅନୁଷ୍ଠିତ ହେଉଛି। ପ୍ରବାସୀ ଭାରତୀୟ ଦିବସର ପ୍ରଥମ ଦିନ ଜାନୁଆରୀ ୮ରେ ବୈଦେଶିକ
ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଯୋଗ ଦେବେ। କାର୍ଯ୍ୟକ୍ରମରେ ୭ହଜାରରୁ ଅଧିକ ପ୍ରବାସୀଙ୍କ ସହ ମୋଟ ୧୦ ହଜାର ଅତିଥି ଯୋଗଦେବେ। 

Advertisment

ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଭୁବନେଶ୍ୱରରେ ସ୍ପେଶାଲ ଫୋର୍ସ ମଧ୍ୟ ପହଞ୍ଚିଛନ୍ତି।  ଡିଜି କ୍ୟାମ୍ପ ଅଫିସରେ ସ୍ପେଶାଲ ଟାକଟିକାଲ ୟୁନିଟ ପହଞ୍ଚିଛି। ଏହି ସଶସ୍ତ୍ର ବାହିନୀଙ୍କ ପାଖରେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ରହିଛି।

ସେପଟେ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପୁଲିସ ଡିଜି ୱାଇ ବି ଖୁରାନିଆ। ଅତିଥିଙ୍କ ରହଣି ସ୍ଥାନ, କାର୍ଯ୍ୟକ୍ରମ ସ୍ଥଳ ଜନତା ମଇଦାନ ସହ ଭୁବନେଶ୍ୱର, କଟକ ଓ ପୁରୀର ପର୍ଯ୍ୟଟନ ସ୍ଥଳୀରେ ସୁରକ୍ଷାକୁ ଗୁରୁତ୍ୱ ଦେବାକୁ କହିଛନ୍ତି। ଏଥିସହ ହୋଟେଲ୍ ଗୁଡ଼ିକରେ କଡ଼ାକଡ଼ି ଯାଞ୍ଚ ଲାଗି ନିର୍ଦ୍ଦେଶ ଦେଇଛନ୍ତି ଡିଜିପି।

Odisha PM Modi Pravasi Bharatiya Divas
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe