ବ୍ୟାପକ ସଚେତନତା ସତ୍ତ୍ୱେ ବେଆଇନ ଦାଦନ ଚାଲାଣ କମିବା ନାଁ ଧରୁନି। କାମ ଯୋଗାଇ ଦେବାର ପ୍ରଲୋଭନ ଦେଖାଇ ବାହାର ରାଜ୍ୟକୁ ଚାଲାଣବେଳେ ବଲାଙ୍ଗିର ଜିଲ୍ଲା ତୁରକେଲା ଷ୍ଟେସନରୁ ୯ଜଣ ଦାଦନ ଶ୍ରମିକ ଉଦ୍ଧାର କରିଛି ପୁଲିସ।ଉଦ୍ଧାର ଶ୍ରମିକଙ୍କ ଘର ତୁରକେଲା ବ୍ଲକର ବିଭିନ୍ନ ଗାଁର ବୋଲି ଜଣାଯାଇଛି। ଏହି ଘଟଣାରେ ଜଣେ ସର୍ଦ୍ଦାରକୁ ଅଟକ ରଖି ତୁରକେଲା ପୁଲିସର ପଚରାଉଚରା କରୁଛି।
ଗତକାଲି ୯ ଜଣ ଦାଦନ ଶ୍ରମିକଙ୍କୁ କାମ କରିବା ପାଇଁ ବାହାର ରାଜ୍ୟକୁ ଚାଲାଣ କରାଯାଉଥିଲା। ଏନେଇ ତୁରକେଲା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଏନେଇ ବାଟରେ ଜଗି ରହିଥିଲା। ଦାଦନ ଶ୍ରମିକମାନେ ତୁରକେଲା ରେଲୱେ ଷ୍ଟେସନକୁ ଏକ ବୋଲେରୋ ଯୋଗେ ଯାଉଥିବା ବେଳେ ବାଟରେ ମାଡ଼ି ବସିଲା ପୁଲିସ।
Also Read
ଏହି ଦାଦନ ଶ୍ରମିକଙ୍କୁ ପୁଲିସ ଉଦ୍ଧାର କରି ପଚରାଉଚରା କରୁଛି ଓ ଘଟଣା ତଦନ୍ତ କରୁଛି। ଏମାନଙ୍କୁ କିଏ ଦାଦନ ଖଟିବାକୁ ହାଇଦ୍ରାବାଦ ଚାଲାଣ କରୁଥିଲେ, ଏହି ଘଟଣାରେ କେଉଁ କେଉଁମାନେ ସଂପୃକ୍ତ ଅଛନ୍ତି, ପୁଲିସ ତାର ଖୋଳତାଡ଼ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୋଢୁଆଁ ହେବେ ବଡ଼ ଠାକୁର; ମାମୁ ଘରୁ ଗଲା ଭାର
ମହାପ୍ରଭୁଙ୍କ ଖଣ୍ଡୁଆ ପାଟଠାରୁ ଆରମ୍ଭ କରି ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ, ସହିତ ବିଭିନ୍ନ ପ୍ରକାରର ଫୁଲ,ଫଳ ଭାରରେ ରହିଛି।
Miscellaneous
ହାଇକୋର୍ଟରେ ରାଜ୍ୟ ମହିଳା ଆୟୋଗ ବରଖାସ୍ତ ମାମଲା, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ, ୧୧ରେ ପରବର୍ତ୍ତୀ ଶୁଣାଣି
ହାଇକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜିବ କୁମାର ପାଣିଗ୍ରାହୀଙ୍କ ଖଣ୍ଡପୀଠ ଆଜି ରାଜ୍ୟ ମହିଳା ଆୟୋଗର ୩ଜଣ ବରଖାସ୍ତ ସଦସ୍ୟ ସ୍ୱର୍ଣ୍ଣଲତା ସାମଲ, ବବିତା ସ୍ୱାଇଁ ଓ ବିଜୟ ବରୁୱାଙ୍କ ଦ୍ୱାରା ଦାଏର ପୃଥକ ପୃଥକ ଆବେଦନର ଏକାଠି ଶୁଣାଣି କରିଥିଲେ ।
Miscellaneous
ନେଲେ ଶିଳ୍ପ ପାଇଁ, କଲେ ଆପାର୍ଟମେଣ୍ଟ
୫ ଏକର ଶିଳ୍ପ ଜମିକୁ ଘରବାରି କିସମରେ ପରିବର୍ତ୍ତନ କରିଦେବା ଘଟଣା। ରାଜସ୍ୱ ବିଭାଗ ନିର୍ଦ୍ଦେଶ ପରେ ବି ମାମଲା ରୁଜୁ କରୁନାହାନ୍ତି ଜିଲ୍ଲାପାଳ।
Miscellaneous
‘ରାଷ୍ଟ୍ରବାଦୀ ନେତା ଥିଲେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବ’
ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ମହାସମାରୋହ ପାଳିତ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
Miscellaneous
୧୦ ଟଙ୍କାରେ ପାଇଲସ୍ ଭଲ ହୋଇଯିବ!
ବଡ଼ମ୍ବାରୁ ଆସିଥିବା ସତିଆ ମଉସା କଟକ ବାଲିଯାତ୍ରାରେ ବିକ୍ରି କରୁଛନ୍ତି ଏହି କାଠି।