Advertisment

ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଦେବେ ଭୋଟ୍

ପୋଲିଂ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ଯେଉଁଠାରେ ଡ୍ୟୁଟି କରୁଥିବେ ସେହି ସ୍ଥାନରେ ସେମାନଙ୍କ ଭୋଟ ଦେବା ପାଇଁ ବ୍ୟବସ୍ଥା କରାଯାଇଛି।

Voting

Voting

Advertisment

ପାଖେଇ ଆସିଲାଣି ସାଧାରଣ ନିର୍ବାଚନ । ଜୋରସୋରରେ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ଏହା ମଧ୍ୟରେ ସାଧାରଣ ନିର୍ବାଚନରେ ପୋଲିଂ ଅଧିକାରୀଙ୍କ ପାଇଁ ଆରମ୍ଭ ହୋଇଛି ନୂଆ ବ୍ୟବସ୍ଥା।

Advertisment

ପୋଲିଂ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ଯେଉଁଠାରେ ଡ୍ୟୁଟି କରୁଥିବେ ସେହି ସ୍ଥାନରେ ସେମାନଙ୍କ ଭୋଟ ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ନିର୍ବାଚନ ଆୟୋଗକଙ୍କ ପକ୍ଷରୁ ସ୍ୱତନ୍ତ୍ର ଭୋଟିଂ କେନ୍ଦ୍ର କରାଯିବ ବୋଲି କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। 

ସେହିପରି ୮୦ ବର୍ଷରୁ ଅଧିକ ବୟସ୍କ ଓ ୪୦ ବର୍ଷରୁ କମ ବୟସ୍କ ଦିବ୍ୟାଙ୍ଗ ଓ ଅସୁସ୍ଥ ହୋଇ ଘରେ ପଡ଼ି ରହିଥିଲେ ସେମାନଙ୍କ ପାଇଁ ହୋମ ଭୋଟିଂ ବ୍ୟବସ୍ଥା କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି ।

Advertisment

୨୦୨୪ ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଟାଇମ୍ ଲାଇନ୍ ଅନୁସାରେ ଚାଲିଛି। ସମସ୍ତ ଜିଲ୍ଲାରେ ଇଭିଏମ୍ ପହଞ୍ଚିବା ସହ ଟେଷ୍ଟିଂ ସରିଛି। ନିର୍ବାଚନ ପାଇଁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟ ସରିଛି, ତୃତୀୟ ପର୍ଯ୍ୟାୟ କାର୍ଯ୍ୟ ଚାଲିଛି ବୋଲି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ।

ଏଥିନିମନ୍ତେ ପ୍ରଥମେ ଇଭିଏମ ଚେକିଂ ହେଲା। ଭୋଟର ତାଲିକା ପ୍ରସ୍ତୁତ ହେଲା। ଇଭିଏମ୍‌ରେ କିପରି ଭୋଟ ଦିଆଯିବ ବୁଥ୍‌ ପର୍ଯ୍ୟନ୍ତ ସମସ୍ତଙ୍କୁ ସଚେତନ କରାଯାଉଛି। ଏଥିନିମନ୍ତେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇ ଯାଇଥିବା ଶ୍ରୀ ଧଳ ସୂଚନା ଦେଇଛନ୍ତି।

ଏହି ଅବସରରେ ସେ କହିଛନ୍ତି, ୫ ବର୍ଷ ମଧ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ବହୁ ଯୁବ ଗୋଷ୍ଠୀ ଭୋଟର ସୃଷ୍ଟି ହୋଇଛନ୍ତି। ଭୋଟିଂର ଅନୁଭୂତି ଅତୁଳନୀୟ । ଖୁବ୍‌ ଶୀଘ୍ର ଜାତୀୟ ନିର୍ବାଚନ କମିଶନର ଓଡ଼ିଶା ଆସିବେ। ହେଲେ ଏ ନେଇ ତାରିଖ ଧାର୍ଯ୍ୟ ହୋଇନି ।

EVM Voting
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe