Advertisment

ମରୋକ୍କୋରେ ଶକ୍ତିଶାଳୀ ଭୂମିକମ୍ପ, ଗଲାଣି ୨୯୬ ଜୀବନ

ମରୋକ୍କୋର ରାଜଧାନୀ ରାବତଠାରୁ ୩୫୦କିମି ଦୂରରେ ଭୂମିକମ୍ପର କେନ୍ଦ୍ରସ୍ଥଳ ଥିବା ସୂଚନା ମିଳିଛି । ଭୂମିକମ୍ପରେ ମୃତାହତଙ୍କ ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି ।

EarthQuack

EarthQuack

Advertisment

ଉତ୍ତର ଆଫ୍ରିକୀୟ ଦେଶ ମରୋକ୍କୋରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୮ ରେକର୍ଡ କରାଯାଇଛି । ସ୍ଥାନୀୟ ସମୟ ରାତି ୧୧ଟା୧୧ ମିନିଟ୍‌ରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହି ଭୂମିକମ୍ପ ଯୋଗୁ ୨୯୬ ଜଣଙ୍କ ମୃତ୍ୟୁ ହୋଇ ସାରିଥିବା ବେଳେ ବହୁ ଗୁରୁତର ହୋଇଛନ୍ତି ।

Advertisment

ମରୋକ୍କୋର ରାଜଧାନୀ ରାବତଠାରୁ ୩୫୦କିମି ଦୂରରେ ଭୂମିକମ୍ପର କେନ୍ଦ୍ରସ୍ଥଳ ଥିବା ସୂଚନା ମିଳିଛି । ଭୂମିକମ୍ପରେ ମୃତାହତଙ୍କ ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି । ଭୂମିକମ୍ପ ପରେ ଲୋକମାନେ ଭୟଭୀତ ହୋଇ ବାହାରକୁ ପଳାଇ ଯାଇଥିଲେ । ଏବେ ବି ହଜାର ହଜାର ଲୋକ ଧ୍ୱଂସାବଶେଷ ତଳେ ଫସି ରହିଛନ୍ତି । ସେମାନଙ୍କୁ ଉଦ୍ଧାର କରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଚାଲିଛି।

ଭୂମିକମ୍ପ ପରେ ଏକାଧିକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ଟେଲିଫୋନ୍‌ ଲାଇନ୍ କଟି ଯାଇଛି। ବିଭିନ୍ନ ହସ୍ପିଟାଲରେ ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମରୋକ୍କୋକୁ ଲାଗି ରହିଥିବା ଆଲଜେରିଆରେ ବି ଭୂମିକମ୍ପ ଅନୁଭୂତ ହୋଇଛି।

Advertisment

ମରୋକ୍କୋ ଭୂମିକମ୍ପକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଭଳି କଠିନ ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଭାରତ ପକ୍ଷରୁ ସବୁ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି ।

Earthquake Dead Body
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe