Advertisment

ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ରାତିରେ ସେଠାରେ ବିଶ୍ରାମ ନେବେ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି।

author-image
Manoranjan Sial
BBSR

BBSR

ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସନ୍ଧ୍ୟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି। ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ତାଙ୍କୁ ସ୍ୱାଗତ କରିଥିଲେ। ବିମାନ ବନ୍ଦର ବାହାରେ ମଧ୍ୟ ତାଙ୍କ ସ୍ୱାଗତ ପାଇଁ ଆଦିବାସୀ ସମାଜ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଥିଲା। ଏହାପରେ ରାଷ୍ଟ୍ରପତି ସିଧାସଳଖ ରାଜଭବନ ଯାଇଥିଲେ।

Advertisment

ଆଜି ରାତିରେ ସେଠାରେ ବିଶ୍ରାମ ନେବେ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି। ପାରାଦୀପ ଗୋପବନ୍ଧୁ ଷ୍ଟାଡିୟମ ନିକଟ ହେଲିପ୍ୟାଡରେ ସେନା ହେଲିକପ୍ଟର ମକଡ୍ରିଲ୍ କରିବା ସହ କାରକେଡ ରିହର୍ସାଲ ହୋଇଛି। ହେଲିପ୍ୟାଡରୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ଏସପିଙ୍କ ସମେତ ୫ କମାଣ୍ଡାଣ୍ଟ ରାଙ୍କ ଅଫିସର, ୧୩ ଜଣ ଡିଏସପି ଓ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। କୋଷ୍ଟଗାର୍ଡ ପକ୍ଷରୁ ପାଟ୍ରୋଲିଂ ମଧ୍ୟ କରାଯିବ। ସକାଳ ୧୦ଟାରେ ବୋଇତ ବନ୍ଦାଣ ଉତ୍ସବ ଆରମ୍ଭ ହେବ। ଏହାପରେ ସାଧବ ପୁଅଙ୍କୁ ବୋଇତରେ ମେଲାଣି ଦେଇ କୋଷ୍ଟଗାର୍ଡ ଜାହାଜ 'ଅମୋଘ'ରେ ରାଷ୍ଟ୍ରପତି ପୋତାଶ୍ରୟ ବୁଲିବା କାର୍ଯ୍ୟକ୍ରମ ରହିଛି।

Advertisment

Bhubaneswar Bhubaneswar News President Of India