Advertisment

ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୀଳାଦ୍ରି ବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଲୋକାର୍ପଣ କରିଥିଲେ। ପରେ ପାଖରେ ଥିବା ଏକ ପାର୍କ ବୁଲି ଦେଖିଥିଲେ। ଆଉ ସ୍ଥାନୀୟ ବୁଦ୍ଧିଜୀବୀଙ୍କ ସହିତ କଥା ହୋଇଥିଲେ।

ଅଦ୍ୟତନ ହୋଇଛି
President Droupadi Murmu

President Droupadi Murmu

Advertisment

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି। ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ତା’ପରେ ରାଷ୍ଟ୍ରପତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାର ଯାଇଥିଲେ। ସେଠାରେ ତାଙ୍କୁ ସ୍ୱାଗତ କରିଥିଲେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

Advertisment

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୀଳାଦ୍ରି ବିହାରରେ ପହଞ୍ଚି ଆଦିବାସୀ ଦେବସ୍ଥାନ ସାନ୍ତାଳୀ ପୀଠରେ ପୂଜାର୍ଚ୍ଚନା କରିଥିଲେ। ପରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଲୋକାର୍ପଣ କରିଥିଲେ। ତା' ପରେ ପାଖରେ ଥିବା ଏକ ପାର୍କ ବୁଲି ଦେଖିଥିଲେ। ଆଉ ସ୍ଥାନୀୟ ବୁଦ୍ଧିଜୀବୀଙ୍କ ସହିତ କଥା ହୋଇଥିଲେ। ପ୍ରତିମୂର୍ତ୍ତି ଲୋକାର୍ପଣ ପରେ ରାଷ୍ଟ୍ରପତି ରାଜ ଭବନ ଅଭିମୁଖେ ଫେରିଛନ୍ତି। ଆଜି ରାତିରେ ରାଷ୍ଟ୍ରପତି ରାଜ ଭବନରେ ରହିବେ। ଆସନ୍ତାକାଲି ପୁରୀ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।

ଆସନ୍ତାକାଲି ସକାଳ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ। ସେଠାରୁ ଶ୍ରୀମନ୍ଦିର ଯାଇ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ। ଅପରାହ୍ନ ୩ଟା ୫୫ମିନିଟରେ ପୁରୀ ବ୍ଲୁ-ଫ୍ଲାଗ ବେଳାଭୂମିରେ ଆୟୋଜିତ ନୌସେନା ଦିବସ ସମାରୋହ ଓ ସମର କୌଶଳ ପ୍ରଦର୍ଶନରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ।

Advertisment
President Droupadi Murmu Droupadi Murmu President Of India President Murmu Odisha Visit Droupadi Murmu At Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe