Advertisment

‘ରାଷ୍ଟ୍ରବାଦୀ ନେତା ଥିଲେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବ’

ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ମହାସମାରୋହ ପାଳିତ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଅଦ୍ୟତନ ହୋଇଛି
Harekrushna

Harekrushna

Advertisment

ରାଷ୍ଟ୍ରବାଦୀ ନେତା ଥିଲେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବ। ଦେଶକୁ ଏକଜୁଟ କରିବା ପାଇଁ ତାଙ୍କ ଅବଦାନ ଥିଲା ଅତୁଳନୀୟ। ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀ ସମାରୋହରେ ଯୋଗଦେଇ ଏହା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Advertisment

ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ମହାସମାରୋହ ପାଳିତ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଡକ୍ଟର ମହତାବ ଓଡ଼ିଶାର ସର୍ଦ୍ଦାର ପଟେଲ ଥିଲେ ବୋଲି କହିଥିଲେ।

ସେହିଭଳି ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବଙ୍କ ସହିତ ସାଂସଦ ଭର୍ତ୍ତୃହରି ମହତାବ ମଧ୍ୟ ଉତ୍ସବରେ ସାମିଲ ହୋଇଥିଲେ। ଏହି ଅବସରରେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଉଦ୍ଦେଶ୍ୟରେ ସ୍ୱତନ୍ତ୍ର ଡାକ ଟିକଟ ଓ ମୁଦ୍ରା ଉନ୍ମୋଚନ କରାଯାଇଥିଲା।

Advertisment
Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe