Advertisment

୪ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି, ପୁରୀ ରଥଯାତ୍ରାରେ ହେବେ ସାମିଲ

୪ ଦିନିଆ ଗସ୍ତ ଭିତରେ ରାଷ୍ଟ୍ରପତି ଭୁବନେଶ୍ୱରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ। ୯ ତାରିଖରେ ସେ ଦିଲ୍ଲୀ ଫେରିଯିବେ।

President Droupadi Murmu and Governor Raghubar Das

President Droupadi Murmu and Governor Raghubar Das

Advertisment

୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରଥମ ଦିନରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଆୟୋଜିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି। ଲୋକ ସେବକ ମଣ୍ଡଳ ଓ ସମାଜ ପରିବାର ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ତାଙ୍କ ସହିତ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସାମିଲ ହୋଇଛନ୍ତି।

Advertisment

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଭବନରେ ରାତ୍ରୀ ଯାପନ କରିବେ। ଆସନ୍ତାକାଲି ସେ ପୁରୀ ଯାଇ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହେବେ। ଆସନ୍ତାକାଲି ସେ ପୁରୀ ରାଜଭବନରେ ରହିବେ। ସୋମବାର ପୁଣି ଭୁବନେଶ୍ବର ଫେରି ଉଦୟଗିରି ପରିଦର୍ଶନରେ ଯିବାର କାର୍ଯ୍ୟକ୍ରମ ରହିଛି। ୪ ଦିନିଆ ଗସ୍ତ ଭିତରେ ରାଷ୍ଟ୍ରପତି ଭୁବନେଶ୍ୱରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ। ୯ ତାରିଖରେ ସେ ଦିଲ୍ଲୀ ଫେରିଯିବେ।

Raghubar Das Draupadi Murmu President Of India
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe