Advertisment

୩୧ରେ ରାଜ୍ୟପାଳ ଦାୟିତ୍ୱ ଗ୍ରହଣ କରିବେ ରଘୁବର ଦାସ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଭବନ ଯାଇ ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ତାଙ୍କର କାର୍ଯ୍ୟକାଳକୁ ପ୍ରଶଂସା କରିବା ସହ ତାଙ୍କୁ ଧନ୍ୟବାଦ ଦେଇଥିବା ଜଣାପଡ଼ିଛି।

author-image
Ordigital Desk
Raghubar Das

Raghubar Das

ଓଡ଼ିଶା ରାଜ୍ୟପାଳ ଭାବେ ଆସନ୍ତା ୩୧ ତାରିଖରେ ବରିଷ୍ଠ ବିଜେପି ନେତା ରଘୁବର ଦାସ ଦାୟିତ୍ୱ ଗ୍ରହଣ କରିବେ। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ଡଃ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ତାଙ୍କୁ ଓଡ଼ିଶାର ୨୬ ତମ ରାଜ୍ୟପାଳ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।

Advertisment

ରାଜ ଭବନ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ରଘୁବର ଦାସ ଆସନ୍ତା ୨୯ତାରିଖରେ ଭୁବନେଶ୍ୱରରେ ପହଂଚିବାର କାର୍ଯ୍ୟକ୍ରମ ରହିଛି। ଅକ୍ଟୋବର ୧୮ତାରିଖରେ ତାଙ୍କୁ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା । ସେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ସ୍ଥାନରେ କାର୍ଯ୍ୟ କରିବେ। ଗଣେଶୀଲାଲ ଆସନ୍ତାକାଲି ଶୁକ୍ରବାର ଓଡ଼ିଶା ଛାଡ଼ିବେ । ପ୍ରଫେସର ଗଣେଶୀଲାଲଙ୍କ କାର୍ଯ୍ୟକାଳ ୨୦୨୩ ମେ’ ମାସରୁ ଶେଷ ହୋଇଥିଲେ ମଧ୍ୟ ସେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ । ପ୍ରଫେସର ଗଣେଶୀଲାଲ ପ୍ରାୟ ୫ବର୍ଷ ୫ମାସ ଧରି ରାଜ୍ୟପାଳ ଦାୟିତ୍ୱ ତୁଲାଇଥିଲେ ।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଭବନ ଯାଇ ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ତାଙ୍କର କାର୍ଯ୍ୟକାଳକୁ ପ୍ରଶଂସା କରିବା ସହ ତାଙ୍କୁ ଧନ୍ୟବାଦ ଦେଇଥିବା ଜଣାପଡ଼ିଛି।

Advertisment

ସୂଚନାଯୋଗ୍ୟ, ରଘୁବର ଦାସ ଝାଡ଼ଖଣ୍ଡର ପ୍ରଥମ ଅଣଆଦିବାସୀ ମୁଖ୍ୟମନ୍ତ୍ରୀ ଭାବେ ୫ବର୍ଷ ଦାୟିତ୍ୱ ତୁଲାଇଥିଲେ ।

Odisha Government Governor Of Odisha