Advertisment

ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ୱତନ୍ତ୍ର ତଦାରଖ କମିଟି ବୈଠକ

ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ରତ୍ନଭଣ୍ଡାରର ମରାମତି ସହ ଲେଜର ସ୍କାନିଂ କି ଜିପିଆରଏସ ସର୍ଭେ କରାଯିବ ସେନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ ।

author-image
Niharika Rout
Puri

Puri

ଆଜି ବସିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ୱତନ୍ତ୍ର ତଦାରଖ କମିଟି ବୈଠକ। ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ନେଇ ASI ସହ ବୈଠକ ବସିବ। ଏହି ବୈଠକରେ ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆଲୋଚନା ହେବ ବୋଲି ଜଣାଯାଇଛି। ।

Advertisment

ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ରତ୍ନଭଣ୍ଡାରର ମରାମତି ସହ ଲେଜର ସ୍କାନିଂ କି ଜିପିଆରଏସ ସର୍ଭେ କରାଯିବ ସେନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ । ଏହାପରେ କିପରି ଯାଞ୍ଚ କରାଯିବ ସେ ନେଇ ଏଏସଆଇ ଉଚ୍ଚସ୍ତରୀୟ ବୈଷୟିକ କମିଟି ନିଷ୍ପତ୍ତି ନେବ।

ବିଶେଷକରି କେବେଠାରୁ ଯାଞ୍ଚ ଆରମ୍ଭ ହେବ ଓ ପରବର୍ତ୍ତୀ ସମୟରେ କେବେଠୁ ମରାମତି କାର୍ଯ୍ୟ କରାଯିବ ସେ ସମ୍ପର୍କରେ ଆଜି ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି।

Advertisment

ସେପଟେ ଆଜି NMA ମହାନିର୍ଦ୍ଦେଶକ କିଶୋର ବାସା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦେଖିବା ପାଇଁ ଆସିବେ। NMA ନିୟମ ଅନୁଯାୟୀ କାର୍ଯ୍ୟ କରାଯାଇଛି କି ନାହିଁ ତା ଉପରେ ଅନୁଧ୍ୟାନ କରିପାରନ୍ତି।

ଗତକାଲି ଆଇନ୍‌ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ ଖୁବଶୀଘ୍ର ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ASI ଆରମ୍ଭ କରିବ ବୋଲି କହିଥିଲେ। ଏଥିସହ ସେ କହିଥିଲେ, ଏସଓପିରେ କିଛି ସଂଶୋଧନର ଆବଶ୍ୟକତା ଥିଲା। ସେନେଇ ସରକାର ନିଷ୍ପତ୍ତି ନେଇ ସାରିଛନ୍ତି। ମହାପ୍ରଭୁଙ୍କ ରୀତିନୀତିରେ ଯେଭଳି କୌଣସି ଅସୁବିଧା ନ ହୁଏ, ତାକୁ ପ୍ରାଥମିକତା ଦିଆଯାଉଛି। ପ୍ରଥମେ ବାହାର ରତ୍ନଭଣ୍ଡାର ମରାମତି କରାଯିବ। ଏହାପରେ ଭିତର ରତ୍ନଭଣ୍ଡାର ମରାମତି ପାଇଁ ଲେଜର ସ୍କାନିଂ ହେବ କି ନାହିଁ ସେ ନେଇ ନିଷ୍ପତ୍ତି ନିଆଯିବ।

Puri Shreemandir Ratna Bhandar