Advertisment

ଆଜି ଖୋଲିବ ଭିତର ରତ୍ନଭଣ୍ଡାର;୮ଟାରୁ ସାଧାରଣ ଦର୍ଶନ ବନ୍ଦ

ଆଜି ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା କରାଯାଇଛି। ସକାଳ ୮ଟାରୁ ଆଉ ଭକ୍ତଙ୍କୁ ମନ୍ଦିର ଭିତରକୁ ଛଡ଼ାଯିବନି।

ଅଦ୍ୟତନ ହୋଇଛି
Ratna bhandar

Ratna bhandar

Advertisment

ଆଜି ଖୋଲାଯିବ ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର। ପ୍ରାୟ ୫ ଦଶନ୍ଧି ପରେ ଭିତର ରତ୍ନଭଣ୍ଡାରର ଦିବ୍ୟ ଅଳଙ୍କାରକୁ ଦେଖିବ ଚର୍ମଚକ୍ଷୁ।। ଖୋଲିବ ରାଜରାଜୁଡ଼ା ଅମଳର ପ୍ରାଚୀନ ସିନ୍ଦୁକ ଓ ଆଲମିରା ଶୁଭ ସମୟ ସକାଳ ୯ଟା ୫୧ରୁ ଦିନ ୧୨ଟା ୧୫ ମଧ୍ୟରେ ଖୋଲାଯିବ ଭିତର ରତ୍ନଭଣ୍ଡାର।

Advertisment

ଗତ ରବିବାର ବାହାର ରତ୍ନଭଣ୍ଡାର ଖୋଲି ସ୍ୱର୍ଣ୍ଣ ଓ ରୌପ୍ୟ ଅଳଙ୍କାର ଗୁଡ଼ିକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହୋଇଥିବା ବେଳେ ଆଜି ଭିତର ଭଣ୍ଡାର ଖୋଲାଯିବ। SOP ମୁତାବକ ୧୧ ଜଣିଆ ଅଧିକୃତ ଟିମ୍ ଜିଲ୍ଲା ଟ୍ରେଜେରିରୁ ଚାବି ଆଣି ଭିତର ରତ୍ନଭଣ୍ଡାରରେ ପଡ଼ିଥିବା ୨ଟି ନୂଆ ତାଲା ଖୋଲିବେ। କେହି କୌଣସି ଧାତବ ପଦାର୍ଥ କିମ୍ବା ସୁନା ଅଳଙ୍କାର ପିନ୍ଧିତା’ ଭିତରକୁ ଯିବେ ନାହିଁ। ଭିତର ଭଣ୍ଡାର ତାଲା ଖୋଲାଯାଇ ସିନ୍ଦୁକ ଓ ଆଲମାରୀରେ ଥିବା ଅଳଙ୍କାର ଗୁଡ଼ିକୁ ସୁରକ୍ଷିତ ଭାବେ ଖଟଶେଯ ଘରେ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯିବ। ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ।ସ୍ଥାନାନ୍ତରଣ ପରେ ଅସ୍ଥାୟୀ ରତ୍ନଭଣ୍ଡାର ତାଲାକୁ ଜଉମୁଦ ସିଲ୍ କରାଯିବ ଏବଂ ଚାବିକୁ ପୁଣି ଟ୍ରେଜେରୀରେ ରଖାଯିବ। ଏହା ପରେ ଯାଇ ରତ୍ନଭଣ୍ଡାର ମରାମତି ଆରମ୍ଭ କରିବ ASI।

ଆଜି ମଧ୍ୟ ସ୍ନେକ୍ ହେଲ୍ପ ଲାଇନ, ଓଡ୍ରାଫ୍, ସ୍ୱେଚ୍ଛାସେବୀ, ଡାକ୍ତରୀ ଟିମ୍ ମୁତୟନ ହେବେ ବୋଲି ସୂଚନା ମିଳିଛି। ଅଳଙ୍କାର ଗୁଡ଼ିକୁ ଷ୍ଟ୍ରଙ୍ଗରୁମରେ ନୂଆ
ସିନ୍ଦୁକରେ ରଖିବା ପରେ ଭିତର ରତ୍ନଭଣ୍ଡାରର ପ୍ରାଚୀନ ସିନ୍ଦୁକ ଓ ଆଲମିରା ଗୁଡ଼ିକୁ ମ୍ୟୁଜିୟମରେ ରଖିବାକୁ ଯୋଜନା କରାଯାଉଛି। ତେବେ ଆଜି ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା ଲଗାଯାଇଛି।  ସକାଳ ୮ଟା ବେଳଠୁ ଆଉ ଭକ୍ତଙ୍କୁ ମନ୍ଦିର ଭିତରକୁ ଛଡ଼ାଯିବନି।
ସିଂହଦ୍ୱାରକୁ ଛାଡ଼ି ବାକି ୩ ଦ୍ୱାର ବନ୍ଦ ରହିବ। କେବଳ ଅଧିକୃତ ସେବକମାନଙ୍କୁ ଛଡ଼ାଯିବ।

Advertisment
Puri Shreemandir Puri Ratna Bhandar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe