Advertisment

ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ

ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।

Puri Temple

Puri Temple

Advertisment

ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ। ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି ସହ ଶ୍ରୀମନ୍ଦିରର ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି।

Advertisment

ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି ଯୋଗୁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ ବଢ଼ିବା ନେଇ ଆଶା ରହିଛି। ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଶ୍ରୀମନ୍ଦିରକୁ ଆସିବେ। ସେଥିପାଇଁ ରତ୍ନଭଣ୍ଡାର ମରାମତି କାମକୁ ବନ୍ଦ ରଖାଯାଇଛି।

ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।

Advertisment
Ratna Bhandar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe