Advertisment

ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା।

ଅଦ୍ୟତନ ହୋଇଛି
Puri Temple

Puri Temple

Advertisment

ଆଜିଠାରୁ ଜାନୁଆରୀ ୨ ତାରିଖ ଯାଏ ସ୍ଥଗିତ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ।

Advertisment

ଜାନୁଆରୀ ୩ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଯଥାରିତିରେ ଚାଲିବ। ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ୩ ତାରିଖରୁ ପୁଣି ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା।

Advertisment
Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe