ପଞ୍ଚଭୂତରେ ଲୀନ ହେଲେ ଶାନ୍ତିଲତା, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେଲା ଶେଷକୃତ୍ୟ

ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ ହୋଇଛି ।

Manoj Swain
  • Published: Tuesday, 02 April 2024
  • Updated: 02 April 2024, 06:12 PM IST

Sports

Latest News

ପଞ୍ଚଭୂତରେ ଲୀନ ହେଲେ ଓଡିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ । ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ ହୋଇଛି । ଗତକାଲି ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଥିଲା। ବଡ ପୁଅ ଅଭିନାଶ ଛୋଟରାୟ ମୁଖାଗ୍ନି ପ୍ରଦାନ କରିଛନ୍ତି । ଶାନ୍ତିଲତା ହେଉଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ପରମ ଭକ୍ତ। ଜୀବନ କାଳ ଭିତରେ ଅନେକ ଲୋକପ୍ରିୟ ଜଗନ୍ନାଥ ଭଜନ ଗାଇଛନ୍ତି। ଅତି ଲୋକପ୍ରିୟ। ରାଜ୍ୟ ଓ ରାଜ୍ୟ ବାହାରେ ତାଙ୍କର ବହୁ ପ୍ରଶଂସକ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos