ପଞ୍ଚଭୂତରେ ଲୀନ ହେଲେ ଶାନ୍ତିଲତା | Odisha Reporter
Advertisment
ପଞ୍ଚଭୂତରେ ଲୀନ ହେଲେ ଓଡିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ । ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ ହୋଇଛି । ଗତକାଲି ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଥିଲା। ବଡ ପୁଅ ଅଭିନାଶ ଛୋଟରାୟ ମୁଖାଗ୍ନି ପ୍ରଦାନ କରିଛନ୍ତି । ଶାନ୍ତିଲତା ହେଉଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ପରମ ଭକ୍ତ। ଜୀବନ କାଳ ଭିତରେ ଅନେକ ଲୋକପ୍ରିୟ ଜଗନ୍ନାଥ ଭଜନ ଗାଇଛନ୍ତି। ଅତି ଲୋକପ୍ରିୟ। ରାଜ୍ୟ ଓ ରାଜ୍ୟ ବାହାରେ ତାଙ୍କର ବହୁ ପ୍ରଶଂସକ ଅଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us