Advertisment

ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ, ଚାରି ଦ୍ୱାର ଦେଇ ପ୍ରବେଶ କରିବେ ଶ୍ରଦ୍ଧାଳୁ

ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇଦିଆଯାଇଛି।

Puri Temple

Puri Temple

Advertisment

ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇଦିଆଯାଇଛି। ଚୂନ ଛଡାଯିବା ପରେ ପଥରର ସରଫେସ ଦେଖାଗଲାଣି। ଅନେକ ପଥରରେ ଫାଟ ରହିଛି।

Advertisment

ପଥର ପଥର ଭିତରେ ଲୁହା ଛଡରେ ଜଏଣ୍ଟ କରାଯାଇଥିବାରୁ ଲୁହା ଛଡ ଫୁଲିବା ଯୋଗୁଁ ପଥରରେ ଫାଟ ହୋଇଛି। ଫାଟ ଯୋଗୁଁ ସମସ୍ତ ପଥର ପରିବର୍ତ୍ତନ କରାଯିବ। ପରେ ଲୁହା ବିମ ଗୁଡିକ କଳଙ୍କି ଲାଗିଯାଇଥିବାରୁ ଜଗମୋହନ ଭଳି ଷ୍ଟିଲ ବିମ ଲଗାଯିବ।

ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶେଷ ପରେ ରତ୍ନଭଣ୍ଡାରର ବାହାର ପଟ ମରାମତି କରାଯିବ। ଦ୍ୱିତୀୟ ଭୋଗମଣ୍ଡପ ପରେ ମରାମତି କାମ ହେବ । ଏହି ସମୟରେ ଭିତରକାଠ ଦର୍ଶନ ବନ୍ଦ ରହିବ ।

Advertisment

ଅନ୍ୟପଟେ ଆଜିଠୁ ଶ୍ରୀମନ୍ଦିର ଚାରି ଦ୍ୱାରରେ ପ୍ରବେଶ କରିବେ ଶ୍ରଦ୍ଧାଳୁ । ନୂଆବର୍ଷ ଭିଡ଼ ପାଇଁ କେବଳ ସିଂହଦ୍ୱାରରେ ପ୍ରବେଶ ବ୍ୟବସ୍ଥା କରାଯାଇଥିଲା। ମରାମତି କାମ ପାଇଁ ରତ୍ନଭଣ୍ଡାରକୁ ପ୍ରବେଶ କରିବାକୁ ଥିବା ସମସ୍ତେ ସେବାୟତଙ୍କ ଭଳି ପାରମ୍ପରିକ ପୋଷାକ ପରିଧାନ କରିବେ। ଶ୍ରମିକ ଓ ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ପରିଚୟପତ୍ର ଦିଆଯିବ। ବିନା ପରିଚୟପତ୍ରରେ କାହାରିକୁ ଭିତରକୁ ଛଡ଼ାଯିବ ନାହିଁ।

ସମୟ ନିର୍ଘଣ୍ଟ ଅନୁଯାୟୀ, ଦି’ପହର ଧୂପ ଓ ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ପ୍ରତ୍ୟେହ ଦିନ ପ୍ରାୟ ସାଢ଼େ ୧୨ଟା କିମ୍ବା ଗୋଟାଏରୁ ମରାମତି କାମ ଆରମ୍ଭ ହେବ। ଯାହା ପ୍ରାୟ ୫ ଘଣ୍ଟା ଧରି ଚାଲିବ। ତେଣୁ ମରାମତି କାମ ଯୋଗୁ ଶ୍ରୀଜୀଉଙ୍କ ନୀତିକାନ୍ତି ଯେପରି ପ୍ରଭାବିତ ହେବନାହିଁ ଓ ଦର୍ଶନ ଶୃଙ୍ଖଳିତ ରହିବ ତା’ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। 

Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe