/odisha-reporter/media/post_attachments/uploadimage/library/16_9/16_9_0/IMAGE_1692496628.jpg)
Lokaseva Bhawan
ବରିଷ୍ଠ ଓଏଏସ୍ ଅଫିସର ଘାସିରାମ ମୁର୍ମୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ଅତିରିକ୍ତ କମିଶନର ଭାବେ ନିଯୁକ୍ତି ପାଇଛନ୍ତି । ଆଜି ଓଏଏସ୍ ଅଫିସର ସ୍ତରରେ ଅଦଳବଦଳରେ ତାଙ୍କୁ ମିଳିଛି ଏହି ଦାୟିତ୍ୱ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଥିବାବେଳେ ତାଙ୍କ ସ୍ଥାନରେ କେନ୍ଦୁଝରରେ ପ୍ରକଳ୍ପ ନିର୍ଦ୍ଦେଶକ(ଡିୟୁଡିଏ) ଭାବେ କାର୍ଯ୍ୟରତ ବରିଷ୍ଠ ଓଏଏସ୍ ଘାସିରାମ ମାଝୀଙ୍କୁ ବିଏମସି ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି ।
ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ସୁବ୍ରତ କୁମାର ପଣ୍ଡାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଓ ବଲାଙ୍ଗିର ପ୍ରକଳ୍ପ ନିର୍ଦ୍ଦେଶକ(ଡିୟୁଡିଏ) ସୁଦର୍ଶନ ସଏଙ୍କୁ ବୁର୍ଲା ଭୀମସାର ରେଜିଷ୍ଟ୍ରାର(ପ୍ରଶାସନ) ଭାବେ ବଦଳି ହୋଇଛି ।
ବୁର୍ଲା ଭୀମସାରରେ ରେଜିଷ୍ଟ୍ରାର ଦାୟିତ୍ୱରେ ଥିବା ପ୍ରଫୁଲ୍ଲ କୁଜୁରଙ୍କୁ ବଲାଙ୍ଗୀର ପ୍ରକଳ୍ପ ନିର୍ଦ୍ଦେଶକ(ଡିୟୁଡିଏ) ଓ କୋରାପୁଟ ଜିଲ୍ଲା ଦଶମନ୍ତପୁର ତହସିଲଦାର ଅଜୟ ପ୍ରକାଶ ତିର୍କୀଙ୍କୁ କଳାହାଣ୍ଡିର ଧର୍ମଗଡ଼ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି । ଅନ୍ୟପକ୍ଷରେ ବିନିକା ବିଡିଓ ବ୍ୟାସଦେବ ବେହେରାଙ୍କ ବଦଳିକୁ ବାତିଲ କରାଯାଇଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
