/odisha-reporter/media/post_attachments/uploadimage/library/16_9/16_9_0/NBS_Rajput_1722157868.jpg)
NBS Rajput
ବଦଳିଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ। କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ୧୯୯୯ ବ୍ୟାଚ୍ର ଆଇଏଏସ୍ ଅଫିସର ଏନ୍ବିଏସ୍ ରାଜପୁତଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ଶାଶ୍ୱତ ମିଶ୍ରଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
ପୂର୍ବରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ୧୯୯୬ ବ୍ୟାଚ୍ର ଆଇଏଏସ୍ ଅଫିସର ଶାଶ୍ୱତ ମିଶ୍ର ଅର୍ଥ ଓ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପାଇଥିଲେ। ଏହା ସହିତ ତାଙ୍କୁ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନ (OSSSC) ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଥିଲା।
ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ ଶାଶ୍ୱତ ମିଶ୍ରଙ୍କୁ ଗୁରୁତ୍ୱପୂର୍ଣ୍ଣ ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ଏହା ସହିତ ପୂର୍ବଭଳି ସେ ଶକ୍ତି ବିଭାଗର ପ୍ରମୁଖ ସଚିବ ଓ OSSSCର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
