Advertisment

ବଦଳିଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ

ପୂର୍ବରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ଶାଶ୍ୱତ ମିଶ୍ରଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ମିଳିଛି।

ଅଦ୍ୟତନ ହୋଇଛି
NBS Rajput

NBS Rajput

Advertisment

ବଦଳିଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ। କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ୧୯୯୯ ବ୍ୟାଚ୍‌ର ଆଇଏଏସ୍ ଅଫିସର ଏନ୍‌ବିଏସ୍ ରାଜପୁତଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ଶାଶ୍ୱତ ମିଶ୍ରଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। 

Advertisment

ପୂର୍ବରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ୧୯୯୬ ବ୍ୟାଚ୍‌ର ଆଇଏଏସ୍ ଅଫିସର ଶାଶ୍ୱତ ମିଶ୍ର ଅର୍ଥ ଓ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପାଇଥିଲେ। ଏହା ସହିତ ତାଙ୍କୁ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନ (OSSSC) ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଥିଲା। 

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ ଶାଶ୍ୱତ ମିଶ୍ରଙ୍କୁ ଗୁରୁତ୍ୱପୂର୍ଣ୍ଣ ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ଏହା ସହିତ ପୂର୍ବଭଳି ସେ ଶକ୍ତି ବିଭାଗର ପ୍ରମୁଖ ସଚିବ ଓ OSSSCର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। 

Advertisment
Governor Of Odisha NBS Rajput
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe