Advertisment

ଗଞ୍ଜାମ, ଭଦ୍ରକ ଓ ବରଗଡ ଜିଲ୍ଲାରେ ଆଗାମୀ ତିନି ଦିନ ଯାଏଁ ସ୍କୁଲ ଛୁଟି

ବାଲେଶ୍ୱରରେ ଆସନ୍ତାକାଲି ଦିନକ ପାଇଁ ସ୍କୁଲ ଛୁଟି ରହିବ। ୧୯ ତାରିଖରୁ ସକାଳ ସାଢେ ୬ଟାରୁ ସାଢେ ୧୦ଟା ଯାଏଁ କ୍ଲାସ୍ ହେବ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

author-image
Manoranjan Sial
school

school

ଖରା ଓ ଗୁଳୁଗୁଳିକୁ ଦେଖି ଜିଲ୍ଲାପାଳମାନେ ନେବେ ସ୍କୁଲ ଖୋଲିବା ନିଷ୍ପତ୍ତି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ଯେଉଁଠି ପାଗ ଅନୁକୂଳ ଥିବ, ସେଠାରେ ସକାଳ ସାଢ଼େ ୬ରୁ ସାଢ଼େ ୧୦ ଯାଏଁ ସ୍କୁଲ ଖୋଲିବ। ଆସନ୍ତା ୨୦ ତାରିଖ ଯାଏ ଏହି ନିଷ୍ପତ୍ତି ବଳବତ୍ତର ରହିବ ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗଞ୍ଜାମ, ଭଦ୍ରକ ଓ ବରଗଡରେ ଆସନ୍ତା ତିନି ଦିନ ସ୍କୁଲ ଛୁଟି ଘୋଷଣା ହୋଇଛି। ୨୦ ତାରିଖ ଯାଏଁ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ।

Advertisment

ସେପଟେ ବାଲେଶ୍ୱରରେ ଆସନ୍ତାକାଲି ଦିନକ ପାଇଁ ସ୍କୁଲ ଛୁଟି ରହିବ। ୧୯ ତାରିଖରୁ ସକାଳ ସାଢେ ୬ଟାରୁ ସାଢେ ୧୦ଟା ଯାଏଁ କ୍ଲାସ୍ ହେବ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଜଗତସିଂହପୁର, ଦେବଗଡ, ନବରଙ୍ଗପୁର ଓ ଅନୁଗୋଳରେ ଆସନ୍ତାକାଲିଠାରୁ ସକାଳୁଆ ସ୍କୁଲ କରିବାକୁ ଜିଲ୍ଲାପାଳମାନେ ନିଷ୍ପତ୍ତି ନେଇଛନ୍ତି।

School School Re Open