Advertisment

ୱାଇ.ବି ଖୁରାନିଆ ରାଜ୍ୟର ନୂଆ ପୁଲିସ ଡିଜି

ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୁଲିସର କମିଶନର ଓ ନୟାଗଡ଼, ରାଉରକେଲା,ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଛନ୍ତି।

ଅଦ୍ୟତନ ହୋଇଛି
yb khurania

yb khurania

Advertisment

ଚର୍ଚ୍ଚାର ଅନ୍ତ ଘଟିଛି।  ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ ହେଲେ ଓଡ଼ିଶାର ନୂଆ ପୁଲିସ ଡିଜି।  ଖୁରାନିଆଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। 

Advertisment

ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୁଲିସର କମିଶନର ଓ ନୟାଗଡ଼, ରାଉରକେଲା,ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଛନ୍ତି। ସେ ଉତ୍ତରାଂଚଳ ଓ ଦକ୍ଷିଣାଂଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଏଥିସହ କେନ୍ଦ୍ରକୁ ଯାଇ BSF ସ୍ପେଶାଲ ଡିଜି ମଧ୍ୟ ହୋଇଥିଲେ।

 ଅଗଷ୍ଟ ୨ ତାରିଖରେ କ୍ୟାବିନେଟ୍ କମିଟି ଶ୍ରୀ ଖୁରାନିଆଙ୍କ ଡେପୁଟେସନ ଅବଧିକୁ ଆଗୁଆ ସମାପ୍ତ କରି ଓଡ଼ିଶା କ୍ୟାଡ଼ରକୁ ଫେରାଇ ଆଣିଥିଲା।  କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଜୁଲାଇ ୨୬ ତାରିଖର ପ୍ରସ୍ତାବ ଆଧାରରେ ବିଏସଏଫ ସ୍ପେଶାଲ ଡିଜି ୧୯୯୦ ବ୍ୟାଚ୍ ଆଇପିଏସ୍ ଶ୍ରୀ ଖୁରାନିଆଙ୍କୁ ତତ୍କାଳ ପ୍ରଭାବରୁ ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେବା ପାଇଁ କେନ୍ଦ୍ର ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଅନୁମୋଦନ କରିଥିଲା।

Advertisment

ସୂଚନାଯୋଗ୍ୟ, ଏବେ ରାଜ୍ୟରେ ୧୯୯୦ ବ୍ୟାଚ୍ ଆଇପିଏସ୍ ଅରୁଣ କୁମାର ଷଡ଼ଙ୍ଗୀ ଅସ୍ଥାୟୀ ଡିଜି ଭାବେ କାର୍ଯ୍ୟରତ ଅଛନ୍ତି ।

Odisha DGP DGP
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe