/odisha-reporter/media/post_attachments/uploadimage/library/16_9/16_9_0/IMAGE_1690473470.jpg)
Transfer drawing
ରାଜ୍ୟ ସରକାର ଆଜି ଓଏଏସ୍ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସ୍ୱତନ୍ତ୍ର ସଚିବ ତଥା ରାଜ୍ୟ ଜନଜାତି ନିର୍ଦ୍ଦେଶକ ଶ୍ରୀକାନ୍ତ ତରାଇଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି ।
Advertisment
ନାରାୟଣପାଟଣା ତହସିଲଦାର ଯଦୁମଣି ନାଏକଙ୍କୁ ନବରଙ୍ଗପୁର ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛି। ଗୋସାଣୀ ବିଡିଓ ନୀଳମାଧବ ମାଝୀଙ୍କୁ ଗଜପତି ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ. ହେମଗିରି ତହସିଲଦାର ଭିକ୍ଟୋରିଆ ଏକ୍କାଙ୍କୁ ଝାରସୁଗୁଡ଼ା ଉପଜିଲ୍ଲାପାଳ ଓ ପାପଡ଼ାହାଣ୍ଡି ତହସିଲଦାର ଯୋଗେଶ୍ୱର ଭୋଇଙ୍କୁ ନୂଆପଡ଼ା ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
