Puri Temple
ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ନେଇ ନିଆଯିବ ସ୍ୱତନ୍ତ୍ର ପଦକ୍ଷେପ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାଶ ଦେଇଛନ୍ତି ଏହି ସୂଚନା। ଶ୍ରୀକ୍ଷେତ୍ର ଦିବ୍ୟାଙ୍ଗ ସେବା ସଂଗଠନର ଦାବି ପରେ ଏ କଥା କହିଛନ୍ତି ଶ୍ରୀ ଦାଶ।
ସେ କହିଛନ୍ତି, ପରିକ୍ରମା ପ୍ରକଳ୍ପର ଉଦ୍ଘାଟନ ପରେ ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗ ମାନଙ୍କ ନିମନ୍ତେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିରର ରୀତିନୀତି ଓ ପରମ୍ପରାକୁ ନଜରରେ ରଖି ଦିବ୍ୟାଙ୍ଗଙ୍କ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର ଏସଓପି କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରତିଦିନ ସ୍ୱତନ୍ତ୍ର ସମୟରେ ସ୍ୱତନ୍ତ୍ର ଭାବେ ଏହି ଦର୍ଶନ ବ୍ୟବସ୍ଥା କରାଯିବ। ଛତିଶା ନିଯୋଗ ଓ ପରିଚାଳନା କମିଟିର ଅନୁମୋଦନ ନିଆଯାଇ ଦିବ୍ୟାଙ୍ଗ ମାନଙ୍କୁ ଏହି ଦର୍ଶନ ବ୍ୟବସ୍ଥାରେ ସାମିଲ କରାଯିବ।
ପରିକ୍ରମା ପ୍ରକଳ୍ପରେ ଉତ୍ତର ଦ୍ୱାର ଠାରେ ଦିବ୍ୟାଙ୍ଗଙ୍କ ପାଇଁ ସ୍ୱତନ୍ତ୍ର ବିଶ୍ରାମ ଗୃହ କରାଯାଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାଶ କହିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1674788297.jpg)