Advertisment

ସଜାଗ ରହିବାକୁ ୧୩ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର। ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

author-image
Manoranjan Sial
Flood

Flood

ଆହୁରି ୫ ଦିନ ଯାଏଁ ବର୍ଷାରୁ ନିସ୍ତାର ମିଳିବନି। କାରଣ, ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର। ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ୧୩ ଜିଲ୍ଲାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନ(ଏସ୍‌ଆର୍‌ସି)ର ଚିଠି ଲେଖିଛନ୍ତି। ଲଘୁଚାପ ବର୍ଷାରେ ଉତ୍ତର ଓଡ଼ିଶାରେ ଉପୁଜିପାରେ ବନ୍ୟା ସ୍ଥିତି। ଜିଲ୍ଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ନିର୍ଦ୍ଦେଶ। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାକୁ ସତର୍କ କଲେ ସ୍ୱତନ୍ତ୍ର ରିଲିଫ୍‌ କମିଶନର।

Advertisment

ସେପଟେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିଂ ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। କଟକ, ବରଗଡ଼, ସମ୍ବଲପୁର, ଦେଓଗଡ, ଅନୁଗୋଳ, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଂଜ, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ, ନୟାଗଡ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବାଲେଶ୍ୱର, ଯାଜପୁର, ଝାରସୁଗୁଡା ଜିଲ୍ଲାରୁ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।

ଶନିବାର ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ରବିବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

SRC Flood In Odisha Weather