ବାହାଘର ମିଠା ଖାଇ ୨୮ ଜଣ ଅସୁସ୍ଥ ହୋଇଯାଇଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଅଛନ୍ତି। ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା କୁଶାମାଲ ଗାଁରେ। ଚିକିତ୍ସା ପରେ ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ଜଣାପଡ଼ିଛି।
୧୨ ତାରିଖରେ ଡୁଙ୍ଗୁରିପାଲି ଥାନା କୁଶାମାଲ ଗାଁରେ ବିବାହରେ ମିଠା ତିଆରି ହୋଇଥିଲା। ମିଠା ତିଆରି ହେବାର ୬ ଦିନପରେ ବାସି ମିଠାକୁ ଗାଁରେ ବାଣ୍ଟିଥିଲେ। ମିଠା ଗୁଡ଼ିକ ୬ଦିନର ହେଇଥିବାରୁ ସେ ଗୁଡ଼ିକ ଖରାପ ହୋଇଯାଇଥିଲା। ସେଇ ମିଠାକୁ ଖାଇ କୁଶାମାଲ ଗାଁର ମୋଟ ୨୮ ଜଣ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେଥି ମଧ୍ୟରୁ ୧୭ ଜଣ ହେଉଛନ୍ତି ଶିଶୁ ଓ ୫ ଜଣ ବଡ଼ ଲୋକଥିବା ଜଣାପଡ଼ିଛି।
Also Read
ଅସୁସ୍ଥ ମାନଙ୍କୁ ଡୁଙ୍ଗୁରିପାଲି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଅନ୍ୟ ୬ ଜଣ ସମାନ୍ୟ ଅସୁସ୍ଥଥିବାରୁ ସେମାନେ ଗାଁରେ ରହି ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ପାଖକୁ ଡୁଙ୍ଗୁରିପାଲି ଡାକ୍ତରଖାନାର ଏକ ଡାକ୍ତରୀ ଟିମ୍ ପହଞ୍ଚି ସେମାନଙ୍କର ଚିକିତ୍ସା କରିବା ସହିତ ସ୍ଥିତି ଅନୁଧ୍ୟାନ କରିଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବାଲିଯାତ୍ରାକୁ ଆସୁଛନ୍ତି, ସରିଲେ ଫେରିଯାଉଛନ୍ତି
ସନ୍ଦେହ ବଢ଼ିଲା, କିଏ ଏମାନଙ୍କୁ ଏଭଳି କରିବାକୁ ପ୍ରବର୍ତ୍ତାଉଛି ?
Miscellaneous
ସରିଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କା ବେପାର
ଐତିହାସିକ କଟକ ବାଲିଯାତ୍ରା ସରିବା ପରେ ୯ ଦିନର କୋଳାହଳ ଏବେ ଶାନ୍ତ ପଡ଼ିଛି। ୯ ଦିନରେ ୨୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବାବେଳେ ସେଥିରୁ କେବଳ ଓରମାସ ୪୦ କୋଟି ଟଙ୍କାର ବ୍ୟବସାୟ କରିଥିବା ଜଣାପଡ଼ିଛି।
Miscellaneous
ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କି ସୁଡ଼ଙ୍ଗ, ମରାମତି ବାଟ ଫିଟିଲା
ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଜିପିଆରଏସ୍ ସର୍ଭେ ରିପୋର୍ଟରୁ ହେଲା ସ୍ପଷ୍ଟ। ଦିନେ ଦୁଇ ଦିନରେ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।