/odisha-reporter/media/post_attachments/uploadimage/library/16_9/16_9_0/CM_1707235201.jpeg)
CM
ରାଜ୍ୟ ସରକାର ପ୍ରତ୍ୟାହାର ହେବ ୪୮୦୧୮ ମାମଲା। ଜନଜାତି ବର୍ଗର ଲୋକଙ୍କ ଉପରେ ଗୃହ ବିଭାଗ, ଅବକାରୀ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗରେ ଚାଲିଥିବା ମାମଲା ପ୍ରତ୍ୟାହର ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
Advertisment
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମୋକଦ୍ଦମା ଗୁଡିକର ସମୀକ୍ଷା କରାଯାଇଥିଲା। ସେମାନଙ୍କ ବିରୋଧରେ ଚାଲିଥିବା ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ମୋଟ୍ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।
ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯିବ। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ୱାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
