Advertisment

ରାଜ୍ୟ ସରକାର ପ୍ରତ୍ୟାହାର କରିବେ ୪୮୦୧୮ ମାମଲା

ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯିବ।

undefined

CM

Advertisment

ରାଜ୍ୟ ସରକାର ପ୍ରତ୍ୟାହାର ହେବ ୪୮୦୧୮ ମାମଲା। ଜନଜାତି ବର୍ଗର ଲୋକଙ୍କ ଉପରେ ଗୃହ ବିଭାଗ, ଅବକାରୀ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗରେ ଚାଲିଥିବା ମାମଲା ପ୍ରତ୍ୟାହର ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମୋକଦ୍ଦମା ଗୁଡିକର ସମୀକ୍ଷା କରାଯାଇଥିଲା। ସେମାନଙ୍କ ବିରୋଧରେ ଚାଲିଥିବା ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ମୋଟ୍‌ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯିବ। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ୱାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ।

Advertisment
Bhubaneswar BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe