Advertisment

ବଢ଼ୁଛି ଅଂଶୁଘାତ ଆଶଙ୍କା, ସରକାର କହିଲେ- ଆମେ ପ୍ରସ୍ତୁତ

ଅଂଶୁଘାତଜନିତ ଚିକିତ୍ସା ପାଇଁ ପ୍ରତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୬ଟି, ସିଏଚସିରେ ୨ଟି ଏବଂ ପିଏଚସିରେ ଗୋଟିଏ ଲେଖାଏଁ ବେଡର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Heat Wave

Heat Wave

Advertisment

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ କଲବଲ ହେଉଛନ୍ତି ରାଜ୍ୟବାସୀ। ସକାଳୁ ସକାଳୁ ତତଲା ପବନ ଯୋଗୁ ଘରୁ ବାହାରିବା କଷ୍ଟକର ହୋଇ ପଡ଼ୁଛି। ଏପରି ସ୍ଥିତିରେ ରାଜ୍ୟରେ ବଢିଛି ଅଂଶୁଘାତ ଆଶଙ୍କା। ତେବେ ଏହାର ମୁକାବିଲା ନିମନ୍ତେ ସରକାର ପ୍ରସ୍ତୁତ ଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।

Advertisment

ଗଣମାଧ୍ୟମକୁ ସୂଚନା ଦେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଅଂଶୁଘାତଜନିତ ଚିକିତ୍ସା ପାଇଁ ପ୍ରତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୬ଟି, ସିଏଚସିରେ ୨ଟି ଏବଂ ପିଏଚସିରେ ଗୋଟିଏ ଲେଖାଏଁ ବେଡର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେଠାରେ କୁଲର ବା ଏସି ରହିବ । ପର୍ଯ୍ୟାପ୍ତ ପରିମାଣର ପାଣି ରହିବ ଓ ଓଆରଏସ୍‌ ବି ମହଜୁଦ ରହିବ। ଏଥିସହ ଆବଶ୍ୟକ ପରିମାଣର ଔଷଧ ମହଜୁଦ ରଖିବା ନିମନ୍ତେ ସମସ୍ତ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଏହାବ୍ୟତୀତ ଅଂଶୁଘାତ ରୋକିବାକୁ ଖରାରେ ଦିନ ୧୧ରୁ ସାଢ଼େ ୩ ପର୍ଯ୍ୟନ୍ତ ଶ୍ରମିକଙ୍କୁ କାମ କରିବାକୁ ବାରଣ କରାଯାଇଛି। ଏପ୍ରିଲରୁ ଜୁନ୍ ୧୫ ପର୍ଯ୍ୟନ୍ତ ଶ୍ରମିକଙ୍କ ଉପରେ ନଜର ରଖିବା ସହ ବିହୀତ ପଦକ୍ଷେପ ନେବାକୁ ସମସ୍ତ ରାଜସ୍ୱ କମିଶନର ଓ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛି ଶ୍ରମ ବିଭାଗ।  ଶ୍ରମିକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଦିନକୁ ଦିନ ଗ୍ରୀଷ୍ମ ପ୍ରବାହର କୋପ ବଢ଼ୁଥିବା ବେଳେ ପର୍ଯ୍ୟାପ୍ତ ଜଳଛତ୍ର ଖୋଲିବାକୁ ମହାନଗର ନିଗମମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।

Advertisment

ସେପଟେ ହିଟ୍ ୱେଭ୍ ୱାର୍ଣ୍ଣିଂ ପାଇଁ ଖୋର୍ଦ୍ଧା ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ସକାଳ ସାଢେ ୬ଟାରୁ ସାଢେ ୧୦ଟା ଯାଏଁ ଖୋଲା ରହିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ।

ଗତକାଲି ଭୁବନେଶ୍ୱର ଏସିଆର ଷଷ୍ଠ ଉତ୍ତପ୍ତ ସହର ପାଲଟିଥିଲା। ଏହାର ତାପମାତ୍ରା ୪୩.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଏହା ରାଜ୍ୟରେ ସର୍ବାଧିକ ବୋଲି ଜଣାଯାଇଥିଲା। ଭୁବନେଶ୍ୱରକୁ ବାଦ ଦେଲେ ଅନୁଗୋଳ, ଝାରସୁଗୁଡ଼ା, ତାଳଚେର, ଟିଟିଲାଗଡ଼, ମାଲକାନଗିରି, ନୟାଗଡ଼, ବୌଦ୍ଧ ଓ ପାରଳାଖେମୁଣ୍ଡି ସମେତ ଅଧିକାଂଶ ସହରର ତାପମାତ୍ରା ୪୨ ଡିଗ୍ରୀ ବା ତାହା ଉପରେ ରେକର୍ଡ କରାଯାଇଥିଲା।

Heat Wave Heat Wave In Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe