ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସର୍ବସାଧାରଣଙ୍କ ପରିଦର୍ଶନ ନିମନ୍ତେ ଓଡ଼ିଶା ରାଜ୍ୟ ମ୍ୟୁଜିୟମ ସମେତ ରାଜ୍ୟ ଅଭିଲେଖାଗାର ଓ ଲାଇବ୍ରେରୀ ୨ଦିନ ପାଇଁ ବନ୍ଦ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପ, ଉତ୍କଳ ମଣ୍ଡପ ଓ ଭଞ୍ଜକଳା ମଣ୍ଡପ ମଧ୍ୟ ୨ଦିନ ବନ୍ଦ ରହିବ ।
Also Read
ରାଜ୍ୟ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଓ ୨୫ତାରିଖ ଦୁଇଦିନ ଧରି ସର୍ବସାଧାରଣଙ୍କ ପରିଦର୍ଶନ ନିମନ୍ତେ ଓଡ଼ିଶା ରାଜ୍ୟ ମ୍ୟୁଜିୟମ, ରାଜ୍ୟ ଅଭିଲେଖାଗାର ଓ ହରେକୃଷ୍ଣ ମହତାବ ରାଜ୍ୟ ଲାଇବ୍ରେରୀ ବନ୍ଦ ରହିବ । ସେହିପରି ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନସ୍ତ ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ଓ ସ୍କୁଲଗୁଡ଼ିକ ମଧ୍ୟ ଏହି ଦିନ ବନ୍ଦ ରହିବ । ବିଭାଗ ଅଧୀନରେ ଥିବା ସମସ୍ତ ମଣ୍ଡପକୁ ମଧ୍ୟ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।