Advertisment

ଆଜି ଭାରତ ବନ୍ଦ; ସକାଳୁ ପିକେଟିଂ ଆରମ୍ଭ, ଟ୍ରେନ, ଯାନବାହନ ଚଳାଚଳ ପ୍ରଭାବିତ

ସମ୍ବଲପୁର କ୍ଷେତରାଜପୁର ଷ୍ଟେସନରେ ଆନ୍ଦୋଳନକାରୀମାନେ ଦୁଇଟି ଟ୍ରେନକୁ ଅଟକାଇଛନ୍ତି। ସମ୍ବଲପୁର-ପୁରୀ ଓ ସମ୍ବଲପୁର-ରାୟଗଡ଼ା ଇଣ୍ଟରସିଟି ଏକ୍ସପ୍ରେସକୁ ଅଟକାଇଛନ୍ତି ଆନ୍ଦୋଳନକାର।

ଅଦ୍ୟତନ ହୋଇଛି
Train

Train

Advertisment

ଆଜି ଭାରତ ବନ୍ଦ । ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି ବିଭିନ୍ନ ଦଳିତ ସଂଗଠନ। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ବନ୍ଦ ପ୍ରଭାବ। ପିକେଟିଂ କରି ରାସ୍ତାକୁ ଓହ୍ଲାଇଲେଣି ଆନ୍ଦୋଳନକାରୀ।

Advertisment

ସମ୍ବଲପୁର କ୍ଷେତରାଜପୁର ଷ୍ଟେସନରେ ଆନ୍ଦୋଳନକାରୀମାନେ ଦୁଇଟି ଟ୍ରେନକୁ ଅଟକାଇଛନ୍ତି। ସମ୍ବଲପୁର-ପୁରୀ ଓ ସମ୍ବଲପୁର-ରାୟଗଡ଼ା ଇଣ୍ଟରସିଟି ଏକ୍ସପ୍ରେସକୁ ଅଟକାଇଛନ୍ତି ଆନ୍ଦୋଳନକାର।

ସେପଟେ ବଲାଙ୍ଗିର ସହରରେ ଅନୁସୂଚିତ ଜାତି ଓ ଜନଜାତି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପିକେଟିଂ କରାଯାଇଛି। ଜିଲ୍ଲା ମୁଖ୍ୟ ଡାକଘର ସମ୍ମୁଖରେ ସ୍ଲୋଗାନ୍ ଦେଇ ପ୍ରତିବାଦ ଆରମ୍ଭ କରିଛନ୍ତି ଆନ୍ଦୋଳନକାରୀ।

Advertisment

ବଲାଙ୍ଗୀର, କୋରାପୁଟ, ସୁବର୍ଣ୍ଣପୁର, ଯାଜପୁର ଓ ଅନୁଗୋଳରୁ ବିଭିନ୍ନ ଦଳିତ ସଂଗଠନ ଏହି ବନ୍ଦରେ ସାମିଲ ହେବା ନେଇ ସମର୍ଥନ ଜଣାଇଥିଲେ। ଭିମ୍ ଆର୍ମି, ନାସନାଲ କନଫେଡେରେସନ୍ ଅଫ୍ ଦଳିତ ଅର୍ଗନାଇଜେସନ୍, ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘ, ଆଦିବାସୀ ଏକତା ପରିଷଦ ଓ ବିଭିନ୍ନ ଦଳି ସଂଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି।

Strike
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe