Advertisment

‘ସୁଭଦ୍ରା’ ପଞ୍ଜୀକରଣ ୧ କୋଟି ଛୁଇଁଲା, ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଯାଇନି ୧ ଟଙ୍କା

୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ।

Women

Women

Advertisment

ଆଜି (ଅକ୍ଟୋବର ୭ ତାରିଖ) ସୁଦ୍ଧା ରାଜ୍ୟର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି। ଆସନ୍ତା ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ।

Advertisment

ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଯିବାର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ଦ୍ଵିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସୋଶାଲ ମିଡିଆରେ ଚାଲୁଥିବା ଏହି ମିଥ୍ୟା ଖବର ଦ୍ଵାରା ଭ୍ରମିତ ନ ହେବା ପାଇଁ ବିଭାଗ ତରଫରୁ ଅନୁରୋଧ କରାଯାଇଛି।

‘ସୁଭଦ୍ରା’ ଯୋଜନା ସମ୍ବନ୍ଧୀୟ ସମସ୍ତ ଅପଡେଟ ଖବର ପାଇଁ ସୁଭଦ୍ରାର ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋଶାଲ ମିଡିଆକୁ ଅନୁସରଣ କରନ୍ତୁ ଅବା ଟୋଲ ଫ୍ରୀ ନମ୍ବର- ୧୪୬୭୮କୁ କଲ୍‌ କରନ୍ତୁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। 

Advertisment
Subhadra Yojana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe